www.samajalive.in
Saturday, December 6, 2025
26.1 C
Bhubaneswar

ରାଉରକେଲାରେ ହଇଜା, କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବାକୁ ପରାମର୍ଶ

ଡେସ୍କ: ସ୍ମାର୍ଟ ସିଟି ରାଉରକେଲାରେ ହଇଜା ସଂକ୍ରମଣ ଘଟଣାରେ ଚିନ୍ତା ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ହଇଜା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବା ପାଇଁ ସେ ଟ୍ୱିଟ୍ କରି କହିଛନ୍ତି। ରାଉରକେଲା ସହର ସହିତ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ହଇଜା ଯୋଗୁ ଲୋକମାନଙ୍କ ମୃତ୍ୟୁରେ ଶ୍ରୀ ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି। ଅମର ଆତ୍ମାର ସଦଗତି କାମନା ସହ ସେ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଶ୍ରୀ ପ୍ରଧାନ ରାଉରକେଲା ଭଳି ମହାନଗର ଅଞ୍ଚଳରେ ହଇଜା ସଂକ୍ରମଣରେ ଶତାଧିକ ଲୋକ ଆକ୍ରାନ୍ତ ହେବା ଓ ପ୍ରଶାସନର ନିୟନ୍ତ୍ରଣ ବାହାରକୁ ଚାଲିଥିବା ଚିନ୍ତାଜନକ ବୋଲି କହିଛନ୍ତି। ରାଜ୍ୟ ସରକାର ତୁରନ୍ତ ଏହି ସମ୍ବେଦଶୀଳ ଘଟଣାକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି।

- Advertisement -


ସେ କହିଛନ୍ତି, ସଂକ୍ରମିତ ଅଞ୍ଚଳରେ ଘର ଘର ବୁଲି ଲୋକ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ସଚେତନତା ସୃଷ୍ଟି କରାଯାଉ। ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବା ସହ ଉକ୍ତ ଅଞ୍ଚଳରେ ନାଗରିକଙ୍କୁ ଅତ୍ୟାବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ତ୍ୱରିତ ପଦକ୍ଷେପ ନେବାକୁ ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମ ଏକ୍ସରେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ସ୍ମାର୍ଟସିଟି ରାଉରକେଲାରେ ହଇଜାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ଶହରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ଆଜି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଓ ଅନ୍ୟ ଅଧିକାରୀ ରାଉରକେଲା ସରକାରୀ ଡାକ୍ତରଖାନା ସହ ଅନ୍ୟ ସ୍ଥାନକୁ ଯାଇ ସ୍ଥିତିର ସମୀକ୍ଷା କରିଛନ୍ତି। ସ୍ଥିତି ଅନୁଧ୍ୟାନ ପରେ ମୁଖ୍ୟମନ୍ତ୍ରୀ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

https://samajalive.in/rourkela-news-106/520202.html

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories