୨୪ ଘଣ୍ଟାରେ ସମସ୍ୟା ସମାଧାନ, ଜଳଯୋଗାଣ ସୁବ୍ୟବସ୍ଥା ପାଇଁ ୨୦ ଲକ୍ଷ ମଞ୍ଜୁର

ଡେସ୍କ: ୨୪ ଘଣ୍ଟାରେ ସମସ୍ୟା ସମାଧାନ। କେନ୍ଦ୍ରାପଡା ଜିଲ୍ଲା କେରେଡାଗଡରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟ ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତରେ ୨ଟି ପାଣି ଟାଙ୍କି ସ୍ଥାପନ କରାଯିବ।

ଦୁଇ ଦିନ ତଳେ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କେନ୍ଦ୍ରାପଡା ରାଜନଗର ଗସ୍ତରେ ଯାଇଥିଲେ ଓ କେରେଡାଗଡବାସୀଙ୍କ ଏହି ମୌଳିକ ସମସ୍ୟା ବିଷୟରେ ଜାଣିବାକୁ ପାଇଥିଲେ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ନିବେଦନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଜାଣିବା ପରେ ‘ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପାଣ୍ଠି’ରୁ ୨ଟି ଯାକ ପ୍ରକଳ୍ପ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସମୁଦାୟ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ୨ଟିର କାର୍ଯ୍ୟ ଯଥାଶୀଘ୍ର ସମ୍ପନ୍ନ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

https://samajalive.in/odisha-news-1334/520214.html

Comments are closed.