www.samajalive.in
Saturday, December 6, 2025
26.1 C
Bhubaneswar

ମେଳ ଖାଉନି ହଇଜା ମୃତ୍ୟୁ ସଂଖ୍ୟା – କେନ୍ଦ୍ରୀୟ ସହାୟତା ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଡେସ୍କ: ସ୍ମାର୍ଟ ସିଟି ରାଉରକେଲାରେ ହଇଜା ବ୍ୟାପୁଥିବା ବେଳେ ପ୍ରକୃତ ମୃତ୍ୟୁ ସଂଖ୍ୟାକୁ ନେଇ ସଂଶୟ ପ୍ରକାଶ ପାଇଛି। ଗୋଟିଏ ପଟେ ରାଜ୍ୟ ସରକାର ରାଉରକେଲାରେ ହଇଜା ମୃତ୍ୟୁ ସଂଖ୍ୟା ୬ ବୋଲି ସ୍ପଷ୍ଟ କରିଥିବା ବେଳେ ଅସମର୍ଥିତ ସୂତ୍ରରୁ ମୃତ୍ୟୁ ସଂଖ୍ୟା ୧୩ ବୋଲି କୁହାଯାଉଛି। ତେବେ ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଉରକେଲା ହଇଜା ସ୍ଥିତି ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ପତ୍ର ଲେଖି ତୁରନ୍ତ ଅବିଳମ୍ବେ କେନ୍ଦ୍ରୀୟ ସହାୟତା ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି। ସେ ତାଙ୍କ ପତ୍ରରେ ମୃତ୍ୟୁ ସଂଖ୍ୟା ୮ ଓ ଚିକିତ୍ସାଧିନଙ୍କ ସଂଖ୍ୟା ୬୦୦ ବୋଲି ଉଲ୍ଲେଖ କରିଛନ୍ତି।

ସୂଚନା ଅନୁଯାୟୀ, ରାଉରକେଲା ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ହଇଜା ସଂକ୍ରମଣ ନେଇ ଗଭୀର ଚିନ୍ତାପ୍ରକଟ କରିବା ସହ ସଂକ୍ରମଣକୁ ନିୟନ୍ତ୍ରଣ କରିବା ସହ ରୋକିବା ପାଇଁ ଏହି ସବୁ ଅଞ୍ଚଳକୁ ଅବିଳମ୍ବେ କେନ୍ଦ୍ରୀୟ ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।

ଚୀନ ଭୂକମ୍ପ ମୃତ୍ୟୁ ସଂଖ୍ୟା ୧୩୧କୁ ବୃଦ୍ଧି, ଉଦ୍ଧାର କାର୍ଯ୍ୟ ଜାରି

- Advertisement -

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ରାଉରକେଲାରେ ହଇଜା ସଂକ୍ରମଣ ବୃଦ୍ଧି ପାଇବା କାରଣରୁ ଲୋକଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ ଦେଖାଯାଇଛି। ବର୍ତ୍ତମାନ ସୁଦ୍ଧା ଏହି ରୋଗରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦୦ରୁ ଅଧିକ ଲୋକମାନେ ଚିକିତ୍ସାଧୀନ ଥିବା କୁହାଯାଉଛି। ପାଣି ସଂକ୍ରମିତ ହୋଇଥିବା କାରଣରୁ ଏହି ରୋଗ ବ୍ୟାପୁଥିବା ସନ୍ଦେହ କରାଯାଉଛି । ଫଳସ୍ୱରୂପ ଅଧିକରୁ ଅଧିକ ଲୋକମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସମସ୍ୟା ପରିଲକ୍ଷିତ ହେଉଛି । ରାଉରକେଲା ଏବଂ ଆଖପାଖ ଅଞ୍ଚଳର ଲୋକଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ରାଉରକେଲାକୁ କେନ୍ଦ୍ରୀୟ ସହାୟତା ପଠାଇ ସଂକ୍ରମଣକୁ ରୋକିବା ଦିଗରେ ବିହିତ ପଦକ୍ଷେପ ନେବାକୁ ଶ୍ରୀ ପ୍ରଧାନ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories