www.samajalive.in
Sunday, December 7, 2025
23.1 C
Bhubaneswar

ଟୁରିଜିମ୍ ଓ ଟ୍ରାଭେଲ ଶିକ୍ଷା ବିଭାଗର ଜାତୀୟ ସମ୍ମିଳନୀ

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସ୍ଥିତ ନୂତନ ସମ୍ମିଳନୀ କକ୍ଷରେ ଆଜି ଉଚ୍ଚ ଶିକ୍ଷା ବିଭାଗ ଏବଂ ପର୍ଯ୍ୟଟନ ମନ୍ତ୍ରଣାଳୟର ମିଳିତ ସହଯୋଗରେ ଉପକୂଳ ଓ ସାମୁଦ୍ରିକ ପର୍ଯ୍ୟଟନସ୍ଥଳୀର ସ୍ଥାୟୀ ରକ୍ଷଣ ବେକ୍ଷଣ ଶୀର୍ଷକ ଦୁଇ ଦିନିଆ ଜାତୀୟ ସମ୍ମିଳନୀ ଉଦଘାଟିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ସୀତାକାନ୍ତ ମିଶ୍ର ଯୋଗ ଦେଇ ସାମୁଦ୍ରିକ ଏବଂ ଉପକୂଳ ପର୍ଯ୍ୟଟନ ସ୍ଥଳୀର ଆଧ୍ୟାତ୍ମିକତା କ୍ଷେତ୍ର ଉପରେ ଗୁରୁତ୍ବ ଦେଇ ଏହାର ସଂରକ୍ଷଣ କରିବା ପାଇଁ କହିଥିଲେ। ବକ୍ତା ଭାବେ ନୂଆ ଦିଲ୍ଲୀ ସ୍ଥିତ ଜାମିଆ ମିଲିଆ ଇସଲାମୀଆ ବିଶ୍ଵବିଦ୍ୟାଳୟର ପର୍ଯ୍ୟଟନ ବିଭାଗର ମୁଖ୍ୟ ପ୍ରଫେସର ନୀମିତ ରଞ୍ଜନ ଚୌଧୁରୀ ଓ ସମ୍ମାନୀତ ଅତିଥି ଭାବେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗର ପୂର୍ବତନ ସହ ନିର୍ଦ୍ଦେଶକ ଡ଼ଃ ରତି କାନ୍ତ ପଟ୍ଟନାୟକ ଯୋଗ ଦେଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories