ଡେସ୍କ: ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡିସ୍ ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡସ୍ଥିତ ରାଜ୍ୟ ତାଲିମ କେନ୍ଦ୍ର ପରିସରରେ ଆୟୋଜିତ ୧୯ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଆଜି ଉଦ୍ଘାଟିତ ହୋଇଛି। ଏଥିରେ ବିଭିନ୍ନ ଜିଲ୍ଲାରୁ ୨୪୮୦ ଜଣ ସ୍କାଉଟ ଓ ଗାଇଡ୍ ଯୋଗ ଦେଇଛନ୍ତି। ଜାତୀୟ ଉପସଭାପତି ତଥା ରାଜ୍ୟ ମୁଖ୍ୟ କମିଶନର ଡଃ କାଳିପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ସମାରୋହରେ ମୁଖ୍ୟଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ର ସଭାପତି ଅତନୁ ସବ୍ୟସାଚୀ ନାୟକ ଉଦ୍ଘାଟନ କରିଥିଲେ। ମନ୍ତ୍ରୀ ଶ୍ରୀ ନାୟକ ସ୍କାଉଟ ଓ ଗାଇଡ୍ ସଂଗଠନ ପ୍ରତ୍ୟେକ କ୍ଷେତ୍ରରେ ସର୍ବଦା ଉଲ୍ଲେଖନୀୟ କାର୍ଯ୍ୟ ସଂପାଦନ କରିଆସିଛି ବୋଲି କହିଥିଲେ।
୧୯ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଉଦ୍ଘାଟିତ pic.twitter.com/uCzgtJMINM
— Samaja Live (@samajalive) December 23, 2023
ଏଥିରେ ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି, ପରିବହନ ମନ୍ତ୍ରୀ କୁନୀ ସାହୁ, ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ମହିଳା କମିଶନର ଅଧ୍ୟକ୍ଷା ତଥା ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ଉପସଭାପତି ଡଃ. ମିନତୀ ବେହେରା, ଖୋର୍ଦ୍ଧା ଜିଲ୍ଲାପାଳ କେ, ସୁଦର୍ଶନ ଚକ୍ରବର୍ତ୍ତୀ ପ୍ରମୁଖ ଜୋ ଦେଇଥିଲେ। ସ୍କାଉଟ ଓ ଗାଇଡ୍ମାନଙ୍କ ଦ୍ଵାରା ଆକର୍ଷଣୀୟ ସଂହତି ନୃତ୍ୟ ପ୍ରଦର୍ଶନ କରାଯାଇଥିଲା।



