www.samajalive.in
Monday, December 8, 2025
13.1 C
Bhubaneswar

ହଇଜା ପରିସ୍ଥିତି ନିୟନ୍ତ୍ରଣାଧୀନ, ସରକାରୀ ଭାବେ ମୃତ୍ୟୁ ସଂଖ୍ୟା ୯

ଡେସ୍କ: ରାଉରକେଲାରେ ହଇଜା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ରାଉରକେଲା ମହାନଗର ନିଗମ ସହ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ବର୍ତ୍ତମାନ ୫୩ ଜଣ ଡ଼ାଇରିଆ ରୋଗୀ ଚିକିତ୍ସିତ ହେଉଛନ୍ତି। ଚିକିତ୍ସା ପାଇଁ ୧୦ଟି ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଗୁଡିକ ୨୪ ଘଣ୍ଟା ଖୋଲା ରଖାଯାଇଛି।

- Advertisement -

ତେବେ ହଇଜାରେ ଘଟିଥିବା ମୃତ୍ୟୁର ଚିହ୍ନଟ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ନେତୃତ୍ବରେ ଏକ ଅଡିଟ୍ କମିଟି ଗଠନ କରାଯାଇଥିଲା। ଏହି ଅଡିଟ୍ କମିଟିର ରିପୋର୍ଟ ଅନୁସାରେ ବର୍ତ୍ତମାନ ସୁଦ୍ଧା ଡାଇରିଆରେ ୯ ଜଣଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି। ଇତି ମଧ୍ୟରେ ହଇଜା ପରିସ୍ଥିତିର ପ୍ରକୃତ କାରଣ ଜାଣିବା ପାଇଁ ଆଞ୍ଚଳିକ ଚିକିତ୍ସା ଅନୁସନ୍ଧାନ କେନ୍ଦ୍ର ଓ ଏସସିବି ମେଡିକାଲର ଏକ ପ୍ରତିନିଧି ଦଳ ନମୂନା ସଂଗ୍ରହ କରିଛନ୍ତି।

ଆତଙ୍କୀ ଗୋଷ୍ଠୀ ତେହେରିକ-ଇ-ତାଲିବାନର ୨ ଆତଙ୍କବାଦୀକୁ ହତ୍ୟା କଲା ପାକିସ୍ତାନୀ ପୁଲିସ

ସୂଚନା ଅନୁଯାୟୀ, ରାଉରକେଲା ସହରରେ ପ୍ରାୟ ୫୬ ହଜାରରୁ ଅଧିକ ଓଆରଏସ ପ୍ୟାକେଟ ବଣ୍ଟନ କରାଯାଇଛି। ଏଥି ସହ ୬୮ ହଜାରରୁ ଅଧିକ ସଂଖ୍ୟକ ହାଲୋଜେନ୍ ବଟିକା ମଧ୍ୟ ବଣ୍ଟନ କରାଯାଇଛି। ସ୍ଵଚ୍ଛତା ଓ ପରିଚ୍ଛନ୍ନତା ଉପରେ ଲୋକଙ୍କୁ ସଚେତନ କରାଯିବା ସହ ବସ୍ତି ମାନଙ୍କରେ ୩୦ ହଜାରରୁ ଉର୍ଦ୍ଧ୍ୱ ସାବୁନ୍ ବଣ୍ଟନ କରାଯାଇଛି। ଅନ୍ୟପକ୍ଷରେ ୱାଟକୋ ତରଫରୁ ଯୁଦ୍ଧକାଳୀନ ଭିତ୍ତିରେ ସହରରେ ପାଇପ ଗୁଡ଼ିକର ମରାମତି କରାଯାଇଥିବା ବେଳେ ପ୍ରାୟ ୧୫୦୦ରୁ ଉର୍ଦ୍ଧ୍ୱ ଜଳ ନମୂନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଛି। ସହରରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍ ସମେତ ହୋଟେଲ ଓ ରେସ୍ତୋରାଁ ଗୁଡ଼ିକରେ ପ୍ରତିଦିନ ଖାଦ୍ୟର ଗୁଣବତ୍ତା ତଥା ମାନ ପରୀକ୍ଷଣ କରାଯାଉଛି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories