ଶେଷ ପର୍ଯ୍ୟାୟରେ ପ୍ରତିଷ୍ଠା ଦିବସ ପ୍ରସ୍ତୁତି

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ରେ ଆସନ୍ତା ୨ ଜାନୁଆରୀରେ ଭଞ୍ଜବିହାର ସ୍ଥିତ ବିଜୁ ପଟ୍ଟନାୟକ ଅଡିଟୋରିୟମରେ ହେବାକୁ ଥିବା ୫୮ ତମ ପ୍ରତିଷ୍ଠା ଦିବସ ରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିଲା କିନ୍ତୁ କୌଣସି କାରଣରୁ ଅନୁପସ୍ଥିତ ଯୋଗୁଁ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ପାଉଥିବା କବି ହରପ୍ରସାଦ ଦାସ ଯୋଗ ଦେବେ ବୋଲି କୁଳପତି ପ୍ରଫେସର ଗୀତାଞ୍ଜଳ ଦାଶ କହିଛନ୍ତି। ମୁଖ୍ୟ ବକ୍ତା ଭାବେ ଦିଲ୍ଲୀ ସ୍ଥିତ ଜବାହରଲାଲ ନେହେରୁ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଶାନ୍ତିଶ୍ରୀ ଧୁଳିପୁଡ଼ି ପଣ୍ଡିତ ଯୋଗ ଦେଊଛନ୍ତି। ଏହି ଉତ୍ସବରେ ବିଶିଷ୍ଟ ଶିକ୍ଷାବିତ୍ କlମାଖି ପ୍ରସାଦ ଦାସ ଓ ବିଶିଷ୍ଟ ଗୀତିକାର ତଥା ନାଟ୍ୟକାର ବିପିନ ବିହାରୀ ମହାପାତ୍ରଙ୍କୁ ବିଶ୍ଵବିଦ୍ୟାଳୟ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ।

ସେହିପରି ବରିଷ୍ଠ କୃଷ୍ଣ ଲୀଳା ସାଧକ ଗୋପୀନାଥ ସ୍ବାଇଁ ଓ ଗlହlଣ ଗାୟକ ଅଭିମନ୍ୟୁ ରାଉତଙ୍କୁ ଦକ୍ଷିଣ ଓଡ଼ିଶା ଲୋକ ସଂସ୍କୃତି ସମ୍ମାନ ପ୍ରଦାନ କରାଯିବ। ଓଡ଼ିଶୀ ନୃତ୍ୟ ଶିଳ୍ପୀ ଗୁରୁ ଶିକତା ଦାସଙ୍କୁ ପୁରାତନ ଛାତ୍ର ସମ୍ମାନ ପ୍ରଦାନ କରାଯିବ। ଏଥି ସହ ସମସ୍ତ ବିଭାଗର ସର୍ବୋଚ୍ଚ ମାର୍କ ରଖିଥିବା ଛାତ୍ର ଛାତ୍ରୀଙ୍କୁ ସ୍ମାରକୀ ବୃତ୍ତି ଅର୍ଥରାଶି ପ୍ରଦାନ କରାଯିବ।

Comments are closed.