www.samajalive.in
Saturday, December 6, 2025
26.1 C
Bhubaneswar

ବଦଳିଲା ନିଷ୍ପତ୍ତି – ଏଣିକି ନିଜ ଶିକ୍ଷାନୁଷ୍ଠାନରେ ହେବ ଆଇନ ପରୀକ୍ଷା

ଭୁବନେଶ୍ବର: ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସ୍ତରରେ ଆଇନ ପରୀକ୍ଷା ପୂର୍ବପରି ନିଜ ଶିକ୍ଷାନୁଷ୍ଠାନରେ ହେବ। ବିଦ୍ୟାଳୟ ଢାଞ୍ଚାରେ ଅନ୍ୟ ଶିକ୍ଷାନୁଷ୍ଠାନରେ ପରୀକ୍ଷା କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମନା କରାଯାଇଛି। ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟ ପକ୍ଷରୁ ଏନେଇ ବିଭାଗକୁ ପ୍ରସ୍ତାବ ଦିଆଯାଇଥିଲା। ମାତ୍ର ଏହି ପ୍ରସ୍ତାବକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗ୍ରହଣ କରାଯାଇନାହିଁ। ଫଳରେ ଦୀର୍ଘଦିନ ହେଲାଣି ପରୀକ୍ଷା କେନ୍ଦ୍ରକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ବିବାଦର ପୂର୍ଣ୍ଣଚ୍ଛେଦ ପଡ଼ିଛି।

ବିଭାଗ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ପ୍ରସ୍ତାବକୁ ନେଇ ରାଜ୍ୟବ୍ୟାପୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଥିଲା। ଫଳରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଶ୍ବବିଦ୍ୟାଳୟର ପ୍ରସ୍ତାବକୁ ତର୍ଜମା କରାଯାଇଥିଲା। ମୁଖ୍ୟତଃ ଅବସରପ୍ରାପ୍ତ ପ୍ରଫେସର, ବିଶେଷଜ୍ଞ, ପ୍ରଫେସରଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷଙ୍କ ମତ ଲୋଡ଼ିଥିଲେ ବିଭାଗୀୟ କର୍ତ୍ତୃପକ୍ଷ। ଉଚ୍ଚ ଶିକ୍ଷାନୁଷ୍ଠାନରେ ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ପାଇଁ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଏହାକୁ ନେଇ ଦୀର୍ଘଦିନ ହେଲାଣି ବାଦ ବିବାଦ ଲାଗିଥିବା‌ ବେଳେ ବିଭାଗର ନିଷ୍ପତ୍ତି ପରେ ହଜାରହଜାର ଛାତ୍ରଛାତ୍ରୀ ଆଶ୍ବସ୍ତ ହୋଇଛନ୍ତି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories