ବିଭାଜନସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ

ଲକ୍ଷ୍ମୀପୁର: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକର ସଦର ପଞ୍ଚାୟତ ଅନ୍ତର୍ଗତ ନିଷାର ଠାରେ ଜଳ ସମ୍ପଦ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଠାରେ ଲକ୍ଷ୍ମୀପୁର, ନାରାୟଣପାଟଣା, ବନ୍ଧୁଗାଁ ଓ ଦଶମନ୍ତପୁର ବ୍ଲକର ବିଭିନ୍ନ ଗ୍ରାମରୁ ବହୁ ଚାଷୀଙ୍କ ସହିତ ପାଣି ପଞ୍ଚାୟତ କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ। କ୍ଷୁଦ୍ର ଜଳସେଚନ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଅଧୀକ୍ଷଣ ଯନ୍ତ୍ରୀ ସୁପ୍ରଭା କଅଁର ଅଧ୍ୟକ୍ଷତା କରିଥିବା ବେଳେ ବିଧାୟକ ପ୍ରଭୂ ଜାନୀ ମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ସେହିପରି ସମ୍ମାନୀତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଓ୍ବାଇ କୁଲେସିକା, ଉପାଧ୍ୟକ୍ଷା ଆରତୀ କୁଲଦୀପ, ଜିଲା ପରିଷଦ ସଦସ୍ୟା ପିଙ୍କି ହିମିରିକା, ସରପଞ୍ଚ ଶ୍ୟାମସୁନ୍ଦର ତାଡିଙ୍ଗି ଓ ଶିକ୍ଷକ ଗୋଲକ ଚନ୍ଦ୍ର ଲେଙ୍କା ଯୋଗଦେଇ ଥିଲେ।

Comments are closed.