www.samajalive.in
Saturday, December 6, 2025
26.1 C
Bhubaneswar

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ

ଘଣ୍ଟାପଡ଼ା: କଣ୍ଟାମାଳ ହାଇସ୍କୁଲ ପଡିଆ ଠାରେ ଶ୍ରମବିଭାଗ ପକ୍ଷରୁ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାର ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ସହାୟତା ବଣ୍ଟନ ଶିବିରରେ ମୁଖ୍ୟଅତିଥି ଭାବରେ ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା କଣ୍ଟାମାଳ ବିଧାୟକ ମହିଧର ରଣା ଯୋଗ ଦେଇ ରାଜ୍ୟ ସରକାର ନିର୍ମାଣ ଶ୍ରମିକମାନଙ୍କୁ ସହାୟତା ପାଇଁ ଅନେକ ଯୋଜନା କାର୍ୟ୍ୟକାରି କରିଛନ୍ତି ବୋଲି ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତି, ବିଡିଓ ସାମି ଜୟଶ୍ରୀ ରେଡ୍ଡୀ ଯୋଗ ଦେଇଥିଲେ। କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୭୮୭ ଜଣ ହିତାଧିକାରୀଙ୍କୁ ବିବାହ, ମୃତ୍ୟୁ ଏବଂ ଛାତ୍ରବୃତ୍ତି ଆଦି ବିଭିନ୍ନ ସହାୟତା ବାବଦକୁ ୩ କୋଟି ୯୭ ଲକ୍ଷ ୩୦ ହଜାର ୪୦୦ ଟଙ୍କା ପ୍ରଦାନ କରାଯାଇଥିଲା।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories