www.samajalive.in
Friday, December 12, 2025
23.1 C
Bhubaneswar

ପାଟଣା ପ୍ରେସ୍ କ୍ଲବରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଅବସ୍ଥିତ ପାଟଣା ପ୍ରେସ୍ କ୍ଲବ କାର୍ଯ୍ୟାଳୟ ସମ୍ମୁଖରେ ଆଜି ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପାଟଣା ପ୍ରେସ୍ କ୍ଲବର ଉପଦେଷ୍ଟା ତଥା ବରିଷ୍ଠ ସାମ୍ବାଦିକ ନୃସିଂହନାଥ ସିଂଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ, ସମ୍ମାନିତ ଅତିଥି ଭାବେ ପାଟଣା ଥାନା ଅଧିକାରୀ ବିବତ୍ସ କୁମାର ପ୍ରଧାନ, ପାଟଣା ତହସିଲ୍ ଦାର ସୁଶ୍ରୀ ଲୀଳାବତୀ ନାୟକ, ପାଟଣା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶିବଶଙ୍କର ମୁର୍ମୁ, ପାଟଣା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାତ, ପାଟଣା ବନାଞ୍ଚଳ ଅଧିକାରୀ ବନବିହାରୀ ସର୍ଦ୍ଦାର, ପାଟଣା ଅଗ୍ନିଶମ ଅଧିକାରୀ ମନୋରଞ୍ଜନ ମହାନ୍ତ ଓ ଅତିରିକ୍ତ ତହସିଲଦାର ସରଣ କୁମାର ଜେନା ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ପାଟଣା ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ବାରା ଜାତୀୟ ସଙ୍ଗୀତ ଗାନ କରାଯାଇଥିବା ବେଳେ ପାଟଣା ପ୍ରେସ୍ କ୍ଲବର ସାଧାରଣ ସମ୍ପାଦକ ବିଜୟରତ୍ନ ପତି ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା...

Related Articles

Popular Categories