www.samajalive.in
Monday, December 8, 2025
14.1 C
Bhubaneswar

ବ୍ଲକସ୍ତରୀୟ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

ଲାଞ୍ଜିଗଡ: ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ରାଜ୍ୟ ସରକାର ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରିଥିବା ବେଳେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ବ୍ଲକସ୍ତରୀୟ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ତହସିଲଦାର ତଥା ବିଡିଓ କିରଣ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ସମ୍ମାନିତ ଅତିଥି ଭାବେ ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ସିଡିପିଓ ବିଜୟଶ୍ରୀ ସିଂ ଯୋଗ ଦେଇଥିଲେ। ବ୍ଲକ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଅରବିନ୍ଦ ମହାପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କବି ଓ ଲେଖକ ତପନ ଭୋଇ, ସୁଶୀଲ କୁମାର ବାଗ, ଅର୍ଚ୍ଚନା ମିଶ୍ର, ମାନସୀ ତୁଳ, କାହ୍ନୁଚରଣ ବାବାଙ୍କୁ ମାନପତ୍ର ସହିତ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ଧର୍ମେନ୍ଦ୍ର ପଣ୍ଡା, ମଳୟ ବେନୁଆ, ସନ୍ତୋଷୀ ଗଉଡ଼, କସ୍ତୁରୀ ମହାପାତ୍ର ମାନପତ୍ର ପଠନ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories