ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି
ଗୋପାଳପୁର: ଆସନ୍ତା ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ହେବାକୁ ଥିବା ୨୫ତମ ସମାବର୍ତ୍ତନ ଉତ୍ସବରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ସୂଚନା ଦେଇଛନ୍ତି। ସମ୍ମାନିତ ଅତିଥି ଭାବେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବାକୁ ସହମତି ରହିଥିବା ସୂଚନା ମିଳିଛି। ଏହି ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେଉଥିବାରୁ ଛାତ୍ରଛାତ୍ରୀ, ଶିକ୍ଷକ, ଅଣ ଶିକ୍ଷକ କର୍ମଚାରୀ ମାନେ ଉତ୍ସlହିତ ଥିବା ଜଣାପଡିଛି। ଏହି କାର୍ଯ୍ୟକ୍ରମରେ ୪୩ ଜଣ ଛାତ୍ରଛାତ୍ରୀଙ୍କୁ ପିଏଚଡ଼ି ଡିଗ୍ରୀପ୍ରଦାନ କରିବା ସହ ପ୍ରତ୍ୟେକ ବିଭାଗର ଟପ୍ପର ୩୫ ଜଣ ଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣପଦକ, ଡିଲିଟ ୩ ଜଣ, ଡ଼ିଏସସି ଜଣଙ୍କୁ ପ୍ରଦାନ କରାଯିବର କାର୍ଯ୍ୟକ୍ରମ ରହିଛି।
Comments are closed.