www.samajalive.in
Sunday, December 7, 2025
23.1 C
Bhubaneswar

ନୂଆ ଓ ଛାତ୍ରବୃତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

ଆଠଗଡ଼: ଆଠଗଡ଼ ବିଜୁ ଛାତ୍ର ଜନତା ଦଳ ଏବଂ ଗୋପବନ୍ଧୁ ବିଜ୍ଞାନ କଲେଜ ଓ ଗୋପବନ୍ଧୁ ମହିଳା କଲେଜ ଛାତ୍ରଛାତ୍ରୀଙ୍କ ପକ୍ଷରୁ ନୂଆ ଓ ଯୋଜନାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଚଳିତ ନୂତନ ଛାତ୍ରବୃତ୍ତିକୁ ନେଇ ଅଭୁତପୂର୍ବ ଉତ୍ସାହ ପରିଲକ୍ଷିତ ହୋଇଛି। ସଂପୃକ୍ତ ଦୁଇ କଲେଜର ଛାତ୍ରଛାତ୍ରୀ ଏବଂ ଛାତ୍ର ବିଜେଡି ପକ୍ଷରୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୫-ଟି ଅଧ୍ୟକ୍ଷ ଏବଂ ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରାଯାଇଛି। ଏହି ନୂତନ ଛାତ୍ରବୃତ୍ତି ଦ୍ୱାରା ଉଚ୍ଚଶିକ୍ଷା ଓ ବୈଷୟିକ ଶିକ୍ଷାରୁ ଆର୍ôଥକ ଅଭାବ ଯୋଗୁଁ ବଞ୍ଚିତ ହେଉଥିବା ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ ବୋଲି ଛାତ୍ରନେତାମାନେ ମତବ୍ୟକ୍ତ କରିଛନ୍ତି। ଉଭୟ କଲେଜରେ ଛାତ୍ରଛାତ୍ରୀମାନେ ଏକତ୍ରିତ ହୋଇ ଏ ସଂପର୍କରେ ଆଲୋଚନା କରି ଶେଷରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କୃତଜ୍ଞତା ଜ୍ଞାପନ କରିଥିଲେ। ଛାତ୍ର ବିଜେଡି କ୍ୟାମ୍ପସ କମିଟିର ସଦସ୍ୟମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories