www.samajalive.in
Saturday, December 6, 2025
23.1 C
Bhubaneswar

ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

ସୁଆଣ୍ଡୋ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ପୁରୀ ଜିଲା ରୁପଦେଇପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଲୋକାର୍ପିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ସାମ୍ବାଦିକ ଧୀରେନ୍ଦ୍ର ନାଥ ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ଡାକ୍ତର ଅନନ୍ତ ମିଶ୍ରଙ୍କ ସ୍ମୁତିରେ ପରିବାର ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଆୟୋଜିତ ସଭାରେ ଶିକ୍ଷାବିତ ରାଧାକାନ୍ତ ଦାଶ ଅଧ୍ୟକ୍ଷତା କରିଥିଲେ। ଅଧ୍ୟାପକ ବିଶ୍ୱରଞ୍ଜନ ମୁଖ୍ୟବକ୍ତା ଭାବେ ଯୋଗଦାନ କରି ଡାକ୍ତର ଅନନ୍ତ ମିଶ୍ରଙ୍କ ଜୀବନଦର୍ଶନ ସଂପର୍କରେ ଆଲୋକପାତ କରିଥିଲେ। ସମ୍ମାନୀତ ଅତିଥି ଭାବେ ଡ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ରାଜେଶ ମିଶ୍ର, ଅମ୍ୱିକା ପ୍ରସାଦ ଦାଶ ପ୍ରମୁଖ ଯୋଗଦାନ କରି ଗାନ୍ଧୀଜୀଙ୍କ ସ୍ମୁତି ଚାରଣ କରିଥିଲେ।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories