www.samajalive.in
Sunday, December 14, 2025
19.1 C
Bhubaneswar

ବାଚସ୍ପତିଙ୍କୁ ସାକ୍ଷାତ କଲେ ଅଷ୍ଟ୍ରେଲିଆ ଅଧିକାରୀ

ଡେସ୍କ: ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ସହିତ କୋଲକାତାରେ ଅବସ୍ଥାପିତ ଅଷ୍ଟ୍ରେଲିଆର ଡେପୁଟି କନ୍ସଟଲ୍‍ ଜେନେରାଲ୍‍ ଡାନିଏଲ୍‍ ସିମ୍‍ ଓ ବରିଷ୍ଠ ସମ୍ବଳ ଅଧିକାରୀ ଆଞ୍ଜେଲିନା ନାୟାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ରାଜ୍ୟ ରାଜନୀତିରେ ନାରୀମାନଙ୍କର ସ୍ଥିତି, ଶାସନକୁ ବ୍ୟବସ୍ଥିତ କରିବାରେ ନାରୀଶକ୍ତିର ଭୂମିକା, ନାରୀ ସଶକ୍ତିକରଣ ଓ ଅଷ୍ଟ୍ରେଲିଆ ଏବଂ ଓଡ଼ିଶାର ସଂସଦୀୟ ବିଧିବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା।

ଓଡ଼ିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଥିବା ଦ୍ୱିପାକ୍ଷିକ ସଂପର୍କକୁ ମଜବୁତ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସରକାର ସବୁବେଳେ ନାରୀ ସଶକ୍ତିକରଣ ଉପରେ ପ୍ରାଧାନ୍ୟ ଦେଇ ଆସିଛନ୍ତି ବୋଲି ବାଚସ୍ପତି ଡଃ. ପାତ୍ର ପ୍ରକାଶ କରିଛନ୍ତି। ନାରୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ହେଲେ ହିଁ କୌଣସି ରାଜ୍ୟ ତଥା ଦେଶର ବିକାଶ ହୋଇପାରିବ ବୋଲି ସେ କହିଛନ୍ତି। ମହିଳା ସଶକ୍ତିକରଣ ଉପରେ ରାଜ୍ୟ ସରକାରଙ୍କ ବହୁବିଧ ପଦକ୍ଷେପକୁ ଡାନିଏଲ୍‍ ସିମ୍‍ ପ୍ରଶଂସା କରିଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories