www.samajalive.in
Monday, December 8, 2025
27.1 C
Bhubaneswar

ମଦନପୁର ମହାବିଦ୍ୟାଳୟରେ ଯୁବ ସମ୍ବାଦ କାର୍ଯ୍ୟକ୍ରମ

ଡେସ୍କ: ସନାତନ ହରିଚନ୍ଦନ ଡିଗ୍ରୀ ମହାବିଦ୍ୟାଳୟ ମଦନପୁର ଠାରେ ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ଯୁବ ସମ୍ବାଦ କାର୍ଯ୍ୟକ୍ରମ ଓ ବିକଶିତ ଭାରତ @୨୦୪୭ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଦାସ ସଭାପତିତ୍ବ କରିଥିବା ବେଳେ ପୂର୍ବତନ ଅଧ୍ୟକ୍ଷ ଡଃ ପ୍ରସନ୍ନ କୁମାର ଜେନା ମୁଖ୍ୟ ଅତିଥି ଓ ଇଂରାଜୀ ଅଧ୍ୟାପକ ଉତ୍ପଳ କୁମାର ପ୍ରଧାନ ମୁଖ୍ୟ ବକ୍ତା ରୂପେ ଯୋଗଦେଇ ବିକଶିତ ଭାରତର ଉଦ୍ଦେଶ୍ୟ ସମ୍ଵନ୍ଧରେ ବିସ୍ତୃତ ଆଲୋଚନା କରିଥିଲେ। ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଅଶୋକ କୁମାର ସୁବୁଦ୍ଧି ସ୍ବାଗତ ଭାଷଣ ଦେଇଥିଲେ। କାର୍ଯ୍ୟକ୍ରମର ଦ୍ଵିତୀୟ ଅଧିବେଶନରେ ପାଞ୍ଚ ପ୍ରଣ ବିଷୟକୁ ଆଧାର କରି ସ୍ବେଛାସେବୀମାନଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗୀତା କରାଯାଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ଭାଗ ନେଇଥିବା ସମସ୍ତ ୧୫୦ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ଦିଆଯାଇଥିଲା। ଅନ୍ୟତମ କାର୍ଯ୍ୟକ୍ରମ ଅଧିକାରୀ ଗୀତାଞ୍ଜଳି ଶତପଥୀ ପାଞ୍ଚ ପ୍ରଣ ଶପଥ ପାଠ କରାଇଥିଲେ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories