www.samajalive.in
Monday, December 15, 2025
16.1 C
Bhubaneswar

ତୁରେକେଲା ବ୍ଲକରେ ବିଜେଡ଼ିର ବିକ୍ଷୋଭ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ତୁରେକେଲା ପଂଚାୟତ ସମିତି ସଦର ମହକୁମାଠାରେ କେନ୍ଦ୍ର ସରକାରଙ୍କ ମନମୁଖୀ ଶାସନ, ଚାଷୀମାରଣ ନୀତି, ଖାଉଟି ଶୋଷଣ, ଆବାସ ଯୋଜନା ଲୁଟ ଇତ୍ୟାଦି ଏକଛାତ୍ରବାଦୀ ଶାସନ ବିରୁଦ୍ଧରେ ପ୍ରତିବାଦ ସଭା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ତୁରେକେଲା ବ୍ଲକ ବିଜେଡି ସଭାପତି ଆଶାତୁଉଲା ଖାଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ବିକ୍ଷୋଭ ସଭାରେ ଆବାହକ ଗିରିରାଜସିଂ ମାଝୀ, ଅବସରପ୍ରାପ୍ତ ବ୍ଲେକ କାମାଣ୍ଡୋ ଭାରତୀୟ ସେନାବାହିନୀ, ବିକ୍ଷୋଭ ସଭାରେ ମୁଖ୍ୟ ଅତିଥି ହଂସରାଜ ଜୈନ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଦସ୍ୟ ତଥା ବିଜେଡି ରାଜ୍ୟ ସମ୍ପାଦକ/ପୂର୍ବତନ ବ୍ଲକ ଅଧ୍ୟକ୍ଷ ମୁରିବାହାଲ ଯୋଗଦାନ କରି କେନ୍ଦ୍ର ସରକାରଙ୍କ ମନମୁଖୀ ଶାସନ ବିରୁଦ୍ଧରେ ପ୍ରତିବାଦ କରିଥିଲେ। ପ୍ରତିବାଦ ସଭାରେ ଉପସ୍ଥିତ ସମସ୍ତ କର୍ମକର୍ତାଙ୍କ ସ୍ଵାକ୍ଷର ହୋଇ ଏକ ଦାବିପତ୍ର ମାନ୍ୟବର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ତୁରେକେଲାଙ୍କ ଅନୁଉପସ୍ଥିତି ହେତୁ ଦାୟିତ୍ୱରେ ଥିବା ପଂଚାୟତ ସମ୍ପ୍ରସାରଣ ଅଧିକାରୀଙ୍କ ମାଧ୍ୟମରେ ପ୍ରେରଣ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories