ନବରଙ୍ଗପୁର: ପୁରୁଷ ବିଶ୍ଵ କପ ହକି ୨୦୨୩ ଆୟୋଜନ ଅବସରରେ ନବରଙ୍ଗପୁର ଜିଲାର ପଞ୍ଚାୟତସ୍ତରରୁ ଆରମ୍ଭ କରି ଜିଲାସ୍ତର ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ସହ ସ୍ଵତନ୍ତ୍ର ଗ୍ରାମସଭା ଆୟୋଜନ କରି ରାଜ୍ୟ ସ୍ତରରେ ତୃତୀୟ ସ୍ଥାନ ହାସଲ କରି ପାରିଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମ ଠାରେ ଏକ ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବରଙ୍ଗପୁର ଜିଲାପାଳ ଡଃ.କମଳ ଲୋଚନ ମିଶ୍ରଙ୍କୁ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଗୃହ, କ୍ରୀଡା ଓ ଯୁବସେବା ବିଭାଗ ମନ୍ତ୍ରୀ ତୁଷାର କାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନ୍, ଜଳ ସମ୍ପଦ ବିଭାଗ ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।
Popular Categories



