www.samajalive.in
Monday, December 8, 2025
17.1 C
Bhubaneswar

ବିଜେଡି ପକ୍ଷରୁ ରକ୍ତଦାନ ଶିବିର

ବୁର୍ଲା: ସମ୍ବଲପୁରରେ ଉତ୍କଟ ରକ୍ତାଭାବକୁ ଲକ୍ଷ୍ୟ କରି ସମ୍ବଲପୁର ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ସୌଜନ୍ୟରୁ ଏକ ଜରୁରୀକାଳୀନ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି। ଏହି ଶିବିରରେ ନିଜେ ରାଜ୍ୟ ସାଂଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ରକ୍ତଦାନ କରିଥିଲେ। ଏହି ଶିବିରରେ ଅତିଥି ଭାବେ ଅନ୍ୟ ମାନଙ୍କ ମଧ୍ୟରେ ସମ୍ବଲପୁର ବିଧାନସଭା ପ୍ରାର୍ଥୀ ରୋହିତ ପୂଜାରୀ, ଜିଲ୍ଲା ଯୁବ ସଭାପତି ଲକ୍ଷ୍ମୀ ପ୍ରସାଦ ମହାପାତ୍ର, ଜିଲ୍ଲା ଛାତ୍ର ସଭାପତି ସୁଭ୍ରାଶୁଂ ପାଢ଼ୀ, ଓଡିଶା ମୋ ପରିବାର ଜିଲ୍ଲା ସଂଯୋଜିକା କବିତା ପୁରୋହିତଙ୍କ ସହ ଅନ୍ୟ ସମସ୍ତ ନେତୃ ବୃନ୍ଦ ସହଯୋଗ କରିଥିଲେ। ବୁର୍ଲା ରକ୍ତ ଭଣ୍ଡାର ପକ୍ଷରୁ ଡାକ୍ତର ରାଧାମୋହନ ଘରେଇ, ଦେବାଶିଷ ମିଶ୍ର, ମଣ୍ଟୁ ପ୍ରଧାନ, ରୋଜାଲିନ ନାୟକ, କରୁଣାକର ସାହୁ, ମଧୁସ୍ମିତା ଦାସ ପ୍ରମୁଖ ସହଯୋଗ କରିଥିଲେ। ଏଥିରେ ୧୦୧ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିବା ସୂଚନା ମିଳିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories