ଟ୍ରକ ପଛରେ ଧକ୍କା ଦେଲା ଟ୍ରକ, ଚାଳକ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥରର ସାନ ବରବେଡା ହାଟ ଛକ ନିକଟରେ ଆଜି ଅପରାହ୍ନରେ ଏକ ଟ୍ରକ ଅନ୍ୟ ଏକ ଟ୍ରକ ପଛରେ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରକ ଚାଳକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଉଭୟ ଟ୍ରକ କେନ୍ଦୁଝର ଅଭିମୁଖେ ଯାଉଥିବା ସମୟରେ ଆଗ ଟ୍ରକଟି ହଠାତ୍ ବ୍ରେକ ମାରି ଦେବାରୁ ପଛରେ ଯାଉଥିବା ଟ୍ରକଟି ଆଗ ଟ୍ରକ ପଛରେ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ତେବେ ଦୁର୍ଘଟଣା ପରେ ଆଗ ଟ୍ରକଟି ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ବେଳେ ଢେଙ୍କିକୋଟ ପୁଲିସ ଘଟଣାର ତଦନ୍ତ କରୁଛି।

Comments are closed.