www.samajalive.in
Wednesday, December 10, 2025
23.1 C
Bhubaneswar

ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ

ସମ୍ବଲପୁର: ସମ୍ବଲପୁର ଠାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମିଶ୍ରଣ ପର୍ବ ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ସ୍ଥିତ ପଡ଼ିଆ ଠାରେ ଆୟୋଜିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଭଡାରେ ଯେଉଁ ନେତା ଆଣିଛନ୍ତି, ସେ ରାଜ୍ୟରେ ବିଜେପି କ୍ଷମତାକୁ ଆସିଲେ ବିଜୁ ସ୍ୱାସ୍ଥ୍ୟ ଯୋଜନା ବନ୍ଦ ହୋଇଯିବ ବୋଲି ମିଛ ପ୍ରଚାର କରୁଛନ୍ତି। ସେମାନେ ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ ଯୋଜନା ସହିତ ଆୟୁଷ୍ମାନ ଯୋଜନା ଲାଗୁ କାହିଁ କରୁ ନାହାନ୍ତି ବୋଲି ଶ୍ରୀ ପ୍ରଧାନ ବିଜେଡି ସରକାରଙ୍କ ପ୍ରଶ୍ନ କରିଛନ୍ତି। ଏଠାରେ ସବୁ ଠାରୁ ମୂଳ ବିଷୟ ହେଉଛି ଯେ, ଓଡିଆ ଲୋକ ମାନେ ଚିକିତ୍ସା ସୁବିଧା ପାଇବା ଦରକାର। ବିଜେପି ସରକାର ଆସିଲେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବନ୍ଦ ହେବ ନାହିଁ। ବରଂ ଲୋକଙ୍କ ହିତ ପାଇଁ ଚାଲୁଥିବା ଆୟୁଷ୍ମାନ ଭାରତ ଯୋଜନାକୁ ଯୋଡି ଦିଆଯିବ ଏବଂ ଓଡିଆ ଲୋକେ ୨ ଗୁଣା ଲାଭ ପାଇବେ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories