www.samajalive.in
Wednesday, December 10, 2025
16.1 C
Bhubaneswar

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ସାଂସଦ ଓ ବିଧାୟକ ପ୍ରାର୍ଥୀ

ଫୁଲବାଣୀ: ଭାରତୀୟ ଜନତା ପାର୍ଟି ପକ୍ଷରୁ କନ୍ଧମାଳ ଲୋକସଭା ଓ ଫୁଲବାଣୀ ବିଧାନସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ ହୋଇଛି। ଦଳୀୟ ସାଂସଦ ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ ଓ ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଉମାଚରଣ ମଲ୍ଲିକ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଲୋକସଭା ପ୍ରାର୍ଥୀ ସୁକାନ୍ତ କନ୍ଧମାଳ ଜିଲାପାଳଙ୍କ କାର୍ୟ୍ୟାଳୟରେ ପ୍ରାର୍ଥିପତ୍ର ଦେଇଥିବା ବେଳେ ବିଧାୟକ ପ୍ରାର୍ଥୀ ଉମାଚରଣ ଫୁଲବାଣୀ ଉପଜିଲ୍ଲାପାଳଙ୍କ ପାଖରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଉଭୟ ପ୍ରାର୍ଥୀ ହଜାର ହଜାର ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ଆସି ନିଜର ନାମାଙ୍କନ ପତ୍ର ଦାଖଲ କରିଥିଲେ । ନାମାଙ୍କନ ଦାଖଲ କାର୍ୟ୍ୟକ୍ରମରେ ୪ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ, ବିଜେପି ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ପୂର୍ବତନ ସଭାପତି ଲିଙ୍ଗରାଜ ଦଳବେହେରା, ୪ ଜି.ଉଦୟଗିରି ବିଧାୟକ ପାର୍ଥୀ ମାନଗୋବିନ୍ଦ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

Related Articles

Popular Categories