www.samajalive.in
Monday, December 8, 2025
20.1 C
Bhubaneswar

କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜାଙ୍କ ନାମାଙ୍କନ ପତ୍ର ଦାଖଲ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ପାଇଁ ଆଜି କଂଗ୍ରେସ ବିଧାୟକ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ନିଜର ସମର୍ଥକଙ୍କ ସହ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ତାଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ତୁରେକେଲା, ମୁରିବାହାଲ ଓ ତୁରେକେଲା ବ୍ଲକର ବିଭିନ୍ନ ଗ୍ରାମରୁ ଆସିଥିବା ସମର୍ଥକ, ଦଳୀୟ କାର୍ଯ୍ୟକର୍ତ୍ତା, ଶୁଭେଚ୍ଛୁ ଓ ମା’ ଭଉଣୀଙ୍କର ଗହଣରେ ଟିଟିଲାଗଡ଼ ପୋଲିସ ଷ୍ଟେସନରୁ ଏକ ବିରାଟ ଶୋଭାଯାତ୍ରାରେ ଟିଟିଲାଗଡ଼ ସହରର ବିଭିନ୍ନ ଛକ ପରିକ୍ରମା କରି ଉପଜିଲ୍ଲାପାଳଙ୍କ ଅଫିସକୁ ପହଞ୍ଚି ଥିଲେ। ନିଜର ପ୍ରସ୍ତାବକଙ୍କ ସହିତ ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ପହଂଚି ନିର୍ବାଚନ ଅଧିକାରୀ ପବିତ୍ର ବେହେରାଙ୍କ ନିକଟରେ ନାମାଙ୍କନ ସେଟ୍‌ ଦାଖଲ କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories