ସାଧାରଣ ଓ ପୁଲିସ ପର୍ଯ୍ୟବେକ୍ଷକଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

କେନ୍ଦୁଝର: ଜିଲ୍ଲାପାଳ ଵିଶାଲ ସିଂହଙ୍କ ଅଧ୍ୟକ୍ଷତାରେ କେନ୍ଦୁଝର ପାଇଁ ନିଯୁକ୍ତ ସାଧାରଣ ପର୍ଯ୍ୟବେକ୍ଷକ ଆଶିଷ ମୋଦି, ମିନହାଜ ଆଲାମ ଓ ପୋଲିସ ପର୍ଯ୍ୟବେକ୍ଷକ ରୁପିନ୍ଦର ସିଂହ ଜିଲ୍ଲାରେ ନିର୍ବାଚନ ପରିଚାଳନା ନିମନ୍ତେ ନିଯୁକ୍ତ ବିଭିନ୍ନ ନୋଡାଲ ଅଫିସରଙ୍କ ମାନଙ୍କ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଦରବାର ହଲଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ସମୀକ୍ଷା ବୈଠକରେ ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର, ଅତିରିକ୍ତ ଜିଲ୍ଲାପାଳ ଯଦୁମଣି ମହଲା, ଅତିରିକ୍ତ ଜିଲ୍ଲାପାଳ ଲଳିତ ସୋରେଙ୍ଗ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟକାରୀ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଆଇଏଏସ ପ୍ରୋବେସନର ପ୍ରେକ୍ଷା ଅଗ୍ରୱାଲ, ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଙ୍ଗ ଅଫିସର ଓ ଜିଲ୍ଲା ନିର୍ବାଚନ ପରିଚାଳନା ନିମନ୍ତେ ନିଯୁକ୍ତ ପ୍ରମୁଖ ନୋଡ଼ାଲ ଅଧିକାରୀ ମାନେ ଯୋଗ ଦେଇଥିଲେ।

Comments are closed.