www.samajalive.in
Saturday, December 6, 2025
26.1 C
Bhubaneswar

ଚୌଦ୍ୱାରରେ ବିଜେଡ଼ିର ନିର୍ବାଚନୀ ସଭା

ଚୌଦ୍ୱାର: ଚୌଦ୍ୱାର ପୌର ପାଳିକା ୯ ନମ୍ବର ୱାର୍ଡ଼ରେ ବିଜେଡ଼ିର ନିର୍ବାଚନୀ ସଭା ଅନୁଷ୍ଠିତ ହୋଇ ଯାଇଛି। ୱାର୍ଡ଼ ସଭାପତି ଅଶୋକ କୁମାର ମହାନ୍ତିଙ୍କ ସଭାପତିତ୍ୱରେ କପାଳେଶ୍ୱରରେ ଆୟୋଜିତ ସଭାରେ ପୂର୍ବତନ ବିଧାୟକ ଡ. ପ୍ରଭାତ ରଞ୍ଜନ ବିଶ୍ୱାଳ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଲକ୍ଷ୍ମୀ ବିଳାସିନୀ ବିଶ୍ୱାଳ, ପୌରାଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣପ୍ରଭା ସାମଲ, ଉପାଧ୍ୟକ୍ଷ ତଥା ବିଜେଡ଼ି ଜିଲ୍ଲା ଉପ ସଭାପତି ଶୁଭେନ୍ଦୁ ସାମଲ, ସ୍ଥାନୀୟ କାଉନସିଲର ରଙ୍ଗଲତା ସାହୁ, ନଗର ସଭାପତି ବିଷ୍ଣୁ ଚରଣ ପରିଡ଼ା, କାର୍ଯ୍ୟକାରୀ ସଭାପତି ବିମଳ କୁମାର ବେଉରା, ଯୁବ ସଭାପତି ସାରଦା ରଞ୍ଜନ ପରିଜା, ଅର୍ଜୁନ ପଣ୍ଡା ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରି ଚୌଦ୍ୱାର-କଟକ ବିଧାୟକ ପ୍ରାର୍ଥୀ ସୌଭିକ୍‌‌ ବିଶ୍ୱାଳ ଓ କଟକ ସାଂସଦ ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କୁ ଜିତାଇବାକୁ ନିବେଦନ କରିଥିଲେ। ରାଜେନ୍ଦ୍ର ମହାରଣା, ମନୋଜ ପ୍ରତାପ ଦେ, ସଂଜୀବ ରାୟ,ସ୍ମୃତି ରଞ୍ଜନ ମହାପାତ୍ର, ଜୟନ୍ତୀ ମିଶ୍ର, ଅରୁନ୍ଧତୀ ଦାସ,ସସ୍ମିତା ନାୟକ, ଜିତେନ୍ଦ୍ର ଦାସ,ଭରତ ଚନ୍ଦ୍ର ସାହୁ, କୃଷ୍ଣଚନ୍ଦ୍ର ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories