କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ନିଜେ ମୁଖ୍ୟମନ୍ତ୍ରୀ ଏଥର ବିଧାୟକ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ତେଣୁ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ନେଇ ପ୍ରେସ କ୍ଲବ କଣ୍ଟାବାଞ୍ଜି ସଭାପତି ପ୍ରଭଜିତ ସିଂ ସାଲୁଜାଙ୍କ ନେତୃତ୍ବରେ ଏକ ୧୨ ଜଣିଆ ପ୍ରତିନିଧି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ସାକ୍ଷାତ କରିଥିଲେ। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ଦେଖାଯାଉଥିବା ବିଭିନ୍ନ ସମସ୍ୟା ଓ ତାର ସମାଧାନ ପାଇଁ ଆଲୋଚନା କରିବା ସହ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ଥିବା ଅନନ୍ୟ ପ୍ରାଚୀନ କୀର୍ତ୍ତିରାଜି ତଥା ଐତିହାସିକ ଧରୋହର ରାଣୀପୁର ଝରିଆଲର ଉନ୍ନତି ବିକାଶ ସମ୍ପର୍କରେ ସ୍ମାରକପତ୍ର ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତ କଥା ଶୁଣିବା ପରେ ଯଥାଶୀଘ୍ର ସମସ୍ୟାର ସମାଧାନ ପାଇଁ ନିର୍ଭର ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ ସମୟରେ ବରିଷ୍ଠ ବିଜେଡି ନେତା ଭି କେ ପାଣ୍ଡିଆନ ମଧ୍ୟ ଆଲୋଚନାରେ ସାମିଲ ହୋଇଥିଲେ।
Popular Categories



