www.samajalive.in
Monday, December 8, 2025
20.1 C
Bhubaneswar

ଆଇନ ସଚେତନତା ଶିବିର ଆୟୋଜିତ

ସମ୍ବଲପୁର: ସମ୍ବଲପୁର ଜିଲା ଆଇନ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା ଶିବିର ଆୟୋଜିତ ହୋଇଯାଇଛି। ମଙ୍ଗଳବାର ଛତାବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆୟୋଜିତ ଶିବିରରେ ଅଧ୍ୟକ୍ଷ ଶିଶିର କୁମାର ରଥ ଅଧ୍ୟକ୍ଷତା କରି ଲୋକଙ୍କ ଉପଯୋଗୀ ସେବା ସମ୍ବନ୍ଧୀୟ ବିବାଦର ସମାଧାନ ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ସରକାରଙ୍କ ଦ୍ୱାରା ପ୍ରଣିତ ବିଭିନ୍ନ ଯୋଜନା ସମ୍ପର୍କରେ ଜନତାଙ୍କୁ ଅବଗତ କରାଯାଇ ସଚେତନ କରାଯାଇଥିଲା। ଏଥି ସହ ନାଲସା ସହାୟତା ନମ୍ବର ୧୫୧୦୦ ସମ୍ପର୍କରେ ସୂଚନା ଦିଆଯିବା ସହିତ ଏହାର କିଭଳି ଉପଯୋଗ କରିବେ, ସେ ବାବଦରେ ପ୍ରାଞ୍ଜଳ ଭାବରେ ବୁଝାଯାଇଥିଲା। କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ, ଓକିଲ ଓ ଜନତା ଉପସ୍ଥିତ ରହିଥିଲେ। ଜିଲା ଆଇନ ସେବା ପ୍ରାଧିକରଣର ସଚିବ ସୌମ୍ୟା ପ୍ରଧାନଙ୍କ ଦ୍ୱାରା କାର୍ଯ୍ୟକ୍ରମକୁ ପରିଚାଳନା କରାଯାଇଥିଲା।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories