www.samajalive.in
Monday, December 8, 2025
20.1 C
Bhubaneswar

ମାଟ୍ରିକ୍ ପରୀକ୍ଷାରେ କୃତିତ୍ତ୍ୱ ହାସଲ କରିଥିବା ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

କଳାପଥର(ବାଙ୍କୀ): ତାଳବସ୍ତ ନୋଡାଲ୍ ଉଚ୍ଚବିଦ୍ୟାଳୟର ଛାତ୍ରୀ ବର୍ଷା ନାୟକ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାରେ ୫୪୦ ନମ୍ବର ରଖି ସ୍କୁଲରେ ଶ୍ରେଷ୍ଠସ୍ଥାନ ଅଧିକାର କରିଛନ୍ତି। ଏହି ଅବସରରେ ଏକ ସମ୍ବର୍ଦ୍ଧନା ସଭା ତାଙ୍କ ବାସଗୃହ ଅରପୁର ଠାରେ ଅନୁଷ୍ଠିତ ହୋଇଯାଇଛି। ଆଦର୍ଶ ଯୁବପରିଷଦ ତରଫରୁ ବର୍ଷା ନାୟକଙ୍କୁ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରାଯାଇଛି। ମୁଖ୍ୟଅତିଥି ଭାବେ ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟର ପୂର୍ବତନ ଉପାଧ୍ୟକ୍ଷ ମନୋଜ କୁମାର ମହାପାତ୍ର୍ର ଯୋଗଦାନ କରି ସମ୍ବର୍ଦ୍ଧନା କରିବା ସହିତ ତାଙ୍କ ଭବିଷ୍ୟତ ଉଜ୍ଜ୍ୱଳମୟ ହେଉବୋଲି କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଆବାହକ ଅକ୍ଷୟ କୁମାର ସାମଲ, ଅଧ୍ୟାପିକା ମମତା ଜେନା, ଯୁବସମାଜସେବୀ ସୁବ୍ରତ ନାୟକ, ଛାତ୍ରୀଙ୍କ ପିତା ପ୍ରଭାକର ନାୟକ ଏବଂ ମାତା ସୁକାନ୍ତି ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories