www.samajalive.in
Saturday, December 6, 2025
26.1 C
Bhubaneswar

କେନ୍ଦୁପତ୍ର ଗୋଦାମରେ ଲାଗିଲା ନିଆଁ

ମାଲକାନଗିରି: ମାଲକାନଗିରି ସଦର ବ୍ଲକ ଏମଭି-୩ ଗ୍ରାମ ନିକଟସ୍ଥ କେନ୍ଦୁପତ୍ର ଗୋଦାମରେ ଲାଗିଲା ନିଆଁ। ଗତକାଲି ବିଳମ୍ବିତ ରାତିରେ ଅଚାନକ କେନ୍ଦୁପତ୍ର ଗୋଦାମରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ସମ୍ପୂର୍ଣ୍ଣ ଗୋଦାମ ପୋଡିଯାଇଥିଲା। ଅଗ୍ନିଶମ ସେବା ଭାରପ୍ରାପ୍ତ ଅଧିକାରୀ କମଳ ଗୌଡ଼ ତଥା ଅନ୍ୟାନ୍ୟ କର୍ମଚାରୀ ଘଟଣାସ୍ଥଳରେ ପହଂଚି ନିଆଁ ଲିଭାଇବାରେ ଲାଗିଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ନିଆଁ ଲିଭି ପାରିନାହିଁ। ଏହି କେନ୍ଦୁପତ୍ର ଗୋଦାମ ମାଲିକ ଗୋପାଳ ସିକଦର ବୋଲି ଜଣାପଡିଛି। ଲକ୍ଷାଧିକ ଟଙ୍କାର ପତ୍ର ପୋଡି ନଷ୍ଟ ହୋଇଥିବା ବେଳେ ଏହି ଗୋଦାମରେ କିପରି ନିଆଁ ଲାଗିଲା ତାହା ଜଣାପଡିନାହିଁ। ଏ ନେଇ ପୁଲିସର ତଦନ୍ତ ଜାରି ରହିଥିବା ସୂଚନା ମିଳିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories