www.samajalive.in
Monday, December 15, 2025
15.1 C
Bhubaneswar

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ବୌଦ୍ଧ: ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ ଅଫିସ ଦ୍ୱାରା ରାମକୃଷ୍ନ ବାଳାଶ୍ରମ, ବୀରନରଂସିହପୁର, ବୌଦ୍ଧ ଠାରେ ବିଶ୍ୱ ଶିଶୁ ସୁରକ୍ଷା ଦିବସ ଉପଲକ୍ଷେ ଶିଶୁଙ୍କ ସୁରକ୍ଷା ପାଇଁ ବିଭିନ୍ନ ଆଇନ ଯେମିତି ଶିଶୁ ଶ୍ରମ (ନିଷେଧ ନୟମାବଳୀ) ଅଧିନିୟମ ୧୯୮୬, ମାଗଣା ଏବଂ ବାଧ୍ୟତାମୂଳକ ଶିକ୍ଷାଗତ ଅଧିକାର ଇତ୍ୟାଦି ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମଟି ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧର ସଚୀବ ସାସ୍ୱତି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଥିଲା। କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୂ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଶିଶୁ କଲ୍ୟାଣ କମିଟିର ଅଧକ୍ଷ ଦାମୋଦର ସାହୁ, ରାମକୃଷ୍ଣ ବାଳାଶ୍ରମର ସମ୍ପାଦକ ନବୀନ ଚରଣ ବଘାର ଆଦି ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଲା ଶିଶୁଙ୍କୁ ତାଙ୍କର ସୁରକ୍ଷା ଉପରେ ଏବଂ ତାଙ୍କ ଉନ୍ନତି ପାଇଁ ସରକାରଙ୍କ ଦ୍ୱାରା ଗଠିତ ଥିବା ବିଭିନ୍ନ ଆଇନ ଉପରେ ସଚେତନ କରିବା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories