www.samajalive.in
Sunday, December 7, 2025
13.1 C
Bhubaneswar

ନବ ନିର୍ବାଚିତ ବରଗଡ଼ ସାଂସଦ ଓ ଅତାବିରା ବିଧାୟକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

ରେଙ୍ଗlଲିକ୍ୟାମ୍ପ: ଅତାବିରା ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନ ଅତାବିରା ପକ୍ଷରୁ ନବ ନିର୍ବାଚିତ ବିଜେପିର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଓ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ସମ୍ବର୍ଦ୍ଧନା ସଭାରେ ବିରେନ୍ କର ସଭାପତିତ୍ୱ କରିଥିଲେ। ଏଥିରେ ଅତାବିରା ଅଞ୍ଚଳର ବିଭିନ୍ନ ଅନୁଷ୍ଠାନ ଓ ଚାଷୀ ମାନେ ସାମିଲ ହୋଇଥିଲେ। ନିର୍ବାଚନ ପୂର୍ବରୁ ପ୍ରଚାର ସମୟରେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବା ପାଇଁ ପୁଣି ଥରେ ନିଜର ବକ୍ତବ୍ୟରେ ପ୍ରକାଶ କରିଥିଲେ। ଭାରତୀୟ ଜନତା ପାର୍ଟି କଥାରେ ନୁହେଁ କାମରେ ବିଶ୍ୱାସ କରେ ବୋଲି ଉଦବୋଧନ ଦେଇଥିଲେ। ଅତାବିରା ନିର୍ବାଚନ ମଣ୍ଡଳୀକୁ ବିକାଶ କ୍ଷେତ୍ରରେ ସର୍ବୋଚ୍ଚ ସ୍ଥାନରେ ରଖିବା ପାଇଁ ଶ୍ରୀଯୁକ୍ତ ମହାନନ୍ଦ ଦୃଢୋକ୍ତି ପ୍ରକାଶ କରିଥିଲେ। ଚାଷୀ ମାନଙ୍କ ବିକାଶ ଅଞ୍ଚଳର ବିକାଶ, ତେଣୁ ବିଜେପି ସରକାର ଉପରେ ଅସ୍ଥା ବାନ୍ଧିଥିବା ଅଞ୍ଚଳର ଚାଷୀ ମାନଙ୍କର ବିକାଶ କରିବା ବିଜେପିର ପ୍ରଥମ ଲକ୍ଷ୍ୟ ବୋଲି ସାଂସଦ ଶ୍ରୀ ପୁରୋହିତ ପ୍ରକାଶ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories