ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ୱନକ୍ଷତ୍ର ଅବସରରେ ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତା

କେନ୍ଦୁଝରଗଡ଼: ଓଡ଼ିଶା ସାହିତ୍ୟ ଏକାଡେମୀର ସ୍ୱନକ୍ଷତ୍ର ଦିବସ ଅବସରରେ ଜିଲା ସଂସ୍କୃତି କାର୍ଯ୍ୟାଳୟ କେନ୍ଦୁଝର ପକ୍ଷରୁ ଜୁନ୨୯ ତାରିଖରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଚି। ଦୁଇଟି ଗ୍ରୁପରେ ବିଭକ୍ତ ହୋଇ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସାଧାରଣ ଜ୍ଞାନ, ପ୍ରବନ୍ଧ, ବକ୍ତୃତା ଏବଂ ଓଡ଼ିଆ ଅନୁବାଦ ଆଦି ପ୍ରତିଯୋଗିତାରେ ଭାଗ ନେଇଥିଲେ। କୃତୀ ପ୍ରତିଯୋଗୀମାନେ ଆଗକୁ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇ ବିଭିନ୍ନ ଜିଲାର ପ୍ରତିଯୋଗୀମାନଙ୍କ ସହ ପ୍ରତିଦ୍ୱନ୍ଦିତା କରିବେ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି।

Comments are closed.