www.samajalive.in
Saturday, December 6, 2025
26.1 C
Bhubaneswar

ଫୁଲବାଣୀ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ୟ୍ୟକ୍ରମ

ଫୁଲବାଣୀ: ୭୫ତମ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ, ଫୁଲବାଣୀର ଯୁବ ରେଡକ୍ରସ୍ ଶାଖା ଆନୁକୁଲ୍ୟରେ ବୃକ୍ଷରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାବିଦ୍ୟାଳୟର ଅଧକ୍ଷ ଡ. ସୁବାସ ଚନ୍ଦ୍ର ପ୍ରଧାନ ଏବଂ ବରିଷ୍ଠ ଆଇନଜୀବୀ ବିଜୟ କୃଷ୍ଣ ପଟ୍ଟନାୟକ ଯୋଗ ଦେଇ ମହାବିଦ୍ୟାଳୟ ପ୍ରାଙ୍ଗଣରେ ବୃକ୍ଷରୋପଣ କରିଥିଲେ। ଏହି କାର୍ୟ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ। ସେମାନେ ବନ ବିଭାଗ ଦ୍ଵାରା ପ୍ରଦାନ କରାଯାଇଥିବା ବିଭିନ୍ନ ପ୍ରକାର ଚାରା ମହାବିଦ୍ୟାଳୟ ପରିସରରେ ରୋପଣ କରିଥିଲେ। ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ବନ ସଂରକ୍ଷଣ ଓ ପରିବେଶ ସୁରକ୍ଷାର ପ୍ରତି ଆଗ୍ରହ ବୃଦ୍ଧି ପାଇଁ ପ୍ରେରିତ କରାଯାଇଥିଲା। ଏହି ବୃକ୍ଷରୋପଣ କାର୍ୟ୍ୟକ୍ରମକୁ ଯୁବ ରେଡ୍ କ୍ରସ୍ ପରାମର୍ଶଦାତା ଡ. ଅଭିପ୍ସା ବଳ ଏବଂ କନଭେନର-କମ୍-ସେକ୍ରେଟାରି ସୁକାନ୍ତ କୁମାର ବେହେରା ସୂଚାରୁ ରୂପେ ପରିଚାଳନା କରିଥିଲେ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories