www.samajalive.in
Sunday, December 14, 2025
23.1 C
Bhubaneswar

ଜିଲା ପ୍ରଶାସନ ଓ ଏମସିଏଲ୍‌‌ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷର

ଫୁଲବାଣୀ: କନ୍ଧମାଳ ଜିଲା ପ୍ରଶାସନ ଓ ମହାନଦୀ କୋଲଫିଲ୍ଡ ଲିମିଟେଡ଼୍‌‌ ମଧ୍ୟରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷର ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ସ୍ୱାସ୍ଥ୍ୟ ବିଭାଗ ଅନ୍ତର୍ଗତ ବିିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ରର ଉନ୍ନତିକରଣ ପାଇଁ ଏବଂ ଜିଲାର ୪୭ଟି ଅଙ୍ଗନୱାଡ଼ି କେନ୍ଦ୍ରର ପାନିୟ ଜଳ ଯୋଗାଣ ଓ ବିଦ୍ୟୁତ୍‌‌ ଯୋଗାଣ ପାଇଁ ଏହି ବୁଝାମଣା ସ୍ୱାକ୍ଷରିତ ହୋଇଥିବା ବେଳେ ଏହି ଅବସରରେ କନ୍ଧମାଳ ଜିଲାପାଳ ଆଶିଷ୍‌‌ ଇଶ୍ୱର ପାଟିଲ୍‌‌ ଏବଂ ଏମସିଏଲ୍‌‌ ଅଧିକାରୀ ମାନେ ଉପସ୍ଥିତ ଥିଲେ। ସ୍ୱାସ୍ଥ୍ୟ କେନ୍ଦ୍ରର ଉନ୍ନତି କରଣ ପାଇଁ ୮ କୋଟି ୫୪ ଲକ୍ଷ ଟଙ୍କା ଏବଂ ୪୭ଟି ଅଙ୍ଗନୱାଡ଼ି କେନ୍ଦ୍ର ଗୁଡ଼ିକରେ ଜଳ ଓ ବିଦ୍ୟୁତ୍‌‌ ଯୋଗାଣ ପାଇଁ ୧ କୋଟି ୭ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ବୁଝାମଣା ପତ୍ରରେ ଉଲ୍ଲେଖ ରହିଛି। ଏହି ବୁଝାମଣା ନେଇ ନିଜେ କନ୍ଧମାଳ ଜିଲାପାଳ ଟୁଇଟ୍‌‌ ମାଧ୍ୟମରେ ମଧ୍ୟ ଜଣାଇଛନ୍ତି। ଏହି ଅବସରରେ ସ୍ୱାସ୍ଥ୍ୟ ବିଭାଗ ଓ ଅନ୍ୟ ବିଭାଗର ଜିଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories