www.samajalive.in
Saturday, December 6, 2025
16.1 C
Bhubaneswar

ଓଡ଼ିଶା ସାହିତ୍ୟ ଏକାଡେମୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା

ଫୁଲବାଣୀ: ଓଡ଼ିଶା ସାହିତ୍ୟ ଏକାଡେମୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରେ ଏକାଡେମୀ ତରଫରୁ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଉଛି। ଏହି କ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଜିଲ୍ଲାସ୍ତରୀୟ ପ୍ରବନ୍ଧ, ବକ୍ରୃତା, କବିତା ଆବୃତ୍ତି ଏବଂ ସାହିତ୍ୟ ସମ୍ପର୍କୀତ ସାଧାରଣ ଜ୍ଞାନ ଓ ଇଂରାଜୀରୁ ଓଡ଼ିଆ ଅନୁବାଦ ଆଦି ପ୍ରତିଯୋଗିତା ସ୍ଥାନୀୟ ଜିଲ୍ଲା ପର୍ଯ୍ୟଟନ କେନ୍ଦ୍ରରେ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ସେଠୀ ଦେଇଥିବା ସୂଚନାରୁ ଜଣାପଡ଼ିଛିଯେ, ପ୍ରବନ୍ଧ ପ୍ରତିଯୋଗିତାରେ ଫୁଲବାଣୀ ସ୍ଥିତ କାର୍ମେଲ ଇଂଗ୍ରାଜୀ ମାଧ୍ୟମ ବିଦ୍ୟାଳୟର ଛାତ୍ରୀ ସୁଲଗ୍ନା ପାତ୍ର ଓ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ବିକାଶ ରଞ୍ଜନ କର ଯଥାକ୍ରମେ କନିଷ୍ଠ ବର୍ଗ ଓ ବରିଷ୍ଠ ବର୍ଗରୁ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ବକ୍ତୃତା ପ୍ରତିଯୋଗିତାରେ ଫୁଲବାଣୀ ସ୍ଥିତ ପବ୍ଲିକ୍ ସ୍କୁଲ୍ର ଛାତ୍ର ସାଇ ଶୁଭମ୍ ମହାନ୍ତି ଓ ଏ.ଜେ.ଓ. ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ପ୍ରତ୍ୟୁଷ କୁମାର ତ୍ରିପାଠୀ ଯଥାକ୍ରମେ କନିଷ୍ଠ ବର୍ଗ ଓ ବରିଷ୍ଠ ବର୍ଗରୁ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। କବିତା ଆବୃତ୍ତି ପ୍ରତିଯୋଗିତାରେ ଘୁ.ଉଦୟଗିରି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ଶୁଭଶ୍ରୀ ସାହୁ ଓ ଫୁଲବାଣୀ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ବିଭୁସ୍ମିତା ପଣ୍ଡା ଯାଥାକ୍ରମେ କନିଷ୍ଠ ବର୍ଗ ଓ ବରିଷ୍ଠ ବର୍ଗରୁ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି ସାହିତ୍ୟ ସମ୍ପର୍କୀତ ସାଧାରଣ ଜ୍ଞାନ ଓ ଇଂରାଜୀରୁ ଓଡ଼ିଆ ଅନୁବାଦ ପ୍ରତିଯୋଗିତାରେ ଫୁଲବାଣୀ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ଶୁଭସ୍ମିତା ମିଶ୍ର ଓ ଫୁଲବାଣୀ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଅଭିଷେକ ମହାପାତ୍ର ଯଥାକ୍ରମେ କନିଷ୍ଠ ବର୍ଗ ଓ ବରିଷ୍ଠ ବର୍ଗରୁ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ପ୍ରତ୍ୟେକ ପ୍ରତିଯୋଗିତାରେ ଅଂଶ କରିଥିବା ପ୍ରତିଯୋଗୀମାନଙ୍କ ମଧ୍ୟରୁ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନଙ୍କୁ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ସାର୍ଟିଫିକେଟ୍ ପ୍ରଦାନ କରାଯିବ ଏବଂ ଯେଉଁମାନେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ସେମାନେ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା କରାଯାଉଥିବା ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାପାଇଁ ନାମ ତାଲିକା ପଠାଯିବ। କାର୍ଯ୍ୟକ୍ରମରେ ସମସ୍ତ ବିଭାଗରେ ବିଚାରକ ମାନେ ଯୋଗଦେଇ ବିଚାର କରିଥିବା ବେଳେ ସଂସ୍କୃତି ବିଭାଗର ସମସ୍ତ କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories