www.samajalive.in
Sunday, December 7, 2025
26.1 C
Bhubaneswar

ବିଭିନ୍ନ ଯୋଜନାର ସମୀକ୍ଷା କଲେ ସାଂସଦ

ଫୁଲବାଣୀ: କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଗତକାଲି ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲ୍ଲାର ବିଭିନ୍ନ ସମସ୍ୟା ଓ କାର୍ଯ୍ୟାବଳୀ ସମୀକ୍ଷା କରିଥିଲେ। ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ। ସମସ୍ତ ଅଧିକାରୀମାନେ ନିଜ ନିଜ ବିଭାଗର କାର୍ଯ୍ୟାବଳୀ ଓ ସମସ୍ୟା ବିଷୟରେ ସାଂସଦଙ୍କୁ ଅବଗତ କରାଇଥିଲେ। ସାଂସଦ ସମସ୍ତ ସମସ୍ୟାଗୁଡ଼ିକୁ ଧ୍ୟାନ ସହିତ ଶୁଣି ଏହାକୁ ଆଗାମୀ ଲୋକସଭା ଅଧିବେଶନରେ ଉଠେଇବା ସହିତ ଏହାର ଯଥାଶୀଘ୍ର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ବୈଠକରେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ଵର ପାଟିଲ, କନ୍ଧମାଳ ଉପଜିଲ୍ଲାପାଳ ଚିତ୍ତରଞ୍ଜନ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ରତ୍ନାକର ସାହୁ, ଫୁଲବାଣୀ ଓ ବାଲିଗୁଡା ବନଖଣ୍ଡ ଅଧିକାରୀଙ୍କ ସମେତ ଜିଲ୍ଲାସ୍ତରୀୟ ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories