www.samajalive.in
Saturday, December 6, 2025
26.1 C
Bhubaneswar

ଜିଲ୍ଲାସ୍ତରୀୟ ଡେଙ୍ଗୁ ନିରୋଧ ମାସ ପାଳିତ

ଫୁଲବାଣୀ: ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟର ସଦଭାବନା ସଭାଗୃହରେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି ତରଫରୁ ଜିଲ୍ଲାସ୍ତରୀୟ ଡେଙ୍ଗୁ ନିରୋଧ ମାସ ପାଳିତ ହେବା ସହ ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ ନିମିତ୍ତ ମିଳିତ କାର୍ୟ୍ୟାନୁଷ୍ଠାନ ପାଈଁ ଯୋଜନା ପ୍ରସ୍ତୁତ ହୋଇଛି। ଏହି ଅବସରରେ ଜିଲ୍ଲାପାଳ ବର୍ଷା ଋତୁକୁ ଦୃଷ୍ଟିରେ ରଖି ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ଓ ଡେଙ୍ଗୁ ପରି ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ ସମ୍ପର୍କରେ ସଚେତନତା କାର୍ୟ୍ୟକ୍ରମକୁ ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆଶାକର୍ମୀ, ଅଙ୍ଗନବାଡ଼ି ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଖରେ ଆବଶ୍ୟକୀୟ ଔଷଧ ପର୍ୟ୍ୟାପ୍ତ ପରିମାଣରେ ରହିବା ଆବଶ୍ୟକ ଥିବା କହିଛନ୍ତି। ଏଥିରୁ ରକ୍ଷାପାଇବା ପାଇଁ ଟୀକାକରଣ ଓ ଟୀକାକରଣ ପରେ କ’ଣ କ’ଣ କରାଯିବା ଉଚିତ ଘରକୁ ଘର ବୁଲି ସଚେତନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଆଭ୍ୟନ୍ତରୀଣ ଗ୍ରାମାଞ୍ଚଳରେ ରହୁଥିବା ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ପଠାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଅଧିକାରୀମାନଙ୍କ ସହିତ ପ୍ରୋଜେକ୍ଟର ମାଧ୍ୟମରେ ଭେକ୍ଟର ବାହିତ ରୋଗର ନିବାରଣ ପାଇଁ ଆଲୋଚନା ହୋଇଛି।ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ଃ ମନୋଜ କୁମାର ଉପାଧ୍ୟାୟ, ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସମେତ ସଂପୃକ୍ତ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories