www.samajalive.in
Monday, December 8, 2025
13.1 C
Bhubaneswar

ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

ଲାଞ୍ଜିଗଡ: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ଆଜି ଲାଞ୍ଜିଗଡ ପଞ୍ଚାୟତ ସମିତିର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବ୍ଲକ ଅଂଚଳର ବିଭିନ୍ନ ପ୍ରସଙ୍ଗ ଆଲୋଚନାରେ ଭାଗ ନେଇଥିଲେ। ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର, ତହସିଲଦାର କିରଣ କୁମାର ମହାନ୍ତି, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ଜିଲ୍ଲା ପରିଷଦ ସଭ୍ୟ ପରୀକ୍ଷିତ ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ଲାଞ୍ଜିଗଡ ବ୍ଲକର ୨୬ ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ସଭ୍ୟା ଯୋଗ ଦେଇଥିଲେ। ସେହିପରି ବିଭିନ୍ନ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ। ତେବେ ସାଧାରଣ ନିର୍ବାଚନ ପରେ ଆଜି ହେଉଥିବା ପଞ୍ଚାୟତ ସମିତି ବୈଠକକୁ ନେଇ ସଦସ୍ୟ, ସଦସ୍ୟାମାନେ ବେଶ ଉତ୍ସାହିତ ହୋଇ ପଡ଼ିଥିବା ବେଳେ ଜଣେ ଦୁଇଜଣ ସମିତିସଭ୍ୟ ହାକିମାତି କରି ଅନ୍ୟ ସଦସ୍ୟମାନଙ୍କୁ କୁହାଇ ନଦେବାକୁ ନେଇ ସଦସ୍ୟ, ସଦସ୍ୟାମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ଏପରିକି କିଛି ନିର୍ଦ୍ଦିଷ୍ଟ ସଦସ୍ୟମାନଙ୍କ ଅଯାଚିତ ହସ୍ତକ୍ଷେପ ଯୋଗୁଁ ଆମେ ନିଜ ପଞ୍ଚାୟତର ସମସ୍ୟା ସମ୍ପର୍କରେ ଉପସ୍ଥାପିତ କରିପାରିଲୁନି ବୋଲି ଅନେକ ସଦସ୍ୟ ଅଭିଯୋଗ ଆଣିଛନ୍ତି। ତେବେ ବ୍ଲକ ଅଞ୍ଚଳରେ ମନରେଗା ଦୁର୍ନୀତି, ଉନ୍ନୟନ କାର୍ଯ୍ୟରେ ମାତ୍ରାଧିକ ପିସି କାରବାର, ପାନୀୟ ଜଳ ସମସ୍ୟା ସହିତ ଅନେକ ସମସ୍ୟା ସମ୍ପର୍କରେ ବୈଠକରେ ବିଶଦ ଆଲୋଚନା ହୋଇଥିଲା। ସେହିପରି ବ୍ଲକର ୯୬ଜଣ ହିତାଧିକାରୀଙ୍କ ବାର୍ଦ୍ଧକ୍ୟ, ବିଧବା ଓ ଦିବ୍ୟାଙ୍ଗ ଭତ୍ତା ମଞ୍ଜୁର ହୋଇଥିବା ବେଳେ ବ୍ଲକ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଅରବିନ୍ଦ ମହାପାତ୍ରଙ୍କ ଉପସ୍ଥିତିରେ ୬ ଜଣ ହିତାଧିକାରୀଙ୍କୁ ବିଧାୟକ ଶ୍ରୀ ଦିଶାରୀ ଭତ୍ତା ବଣ୍ଟନ କରିଥିଲେ। ଅନ୍ୟପକ୍ଷରେ ଅତିରିକ୍ତ ବନସଂରକ୍ଷକ ନରୋତ୍ତମ ମାଝୀ ଓ ତହସିଲଦାର କିରଣ କୁମାର ମହାନ୍ତିଙ୍କ ଉପସ୍ଥିତିରେ ୩୨ ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଥିଲା। ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories