www.samajalive.in
Monday, December 8, 2025
20.1 C
Bhubaneswar

ଅତାବିରା ବ୍ଲକସ୍ତରୀୟ ପ୍ରେରଣା ଉତ୍ସବ ସମ୍ପନ୍ନ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ପ୍ରେରଣା  ଉତ୍ସବ ସମ୍ପନ୍ନ ହୋଇଯାଇଛି। ବ୍ଲକ୍ ଶିକ୍ଷା ଅଧିକାରୀ ମିଶ୍ରାଣୀ କୁମ୍ଭାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବର ଉଦଘାଟନୀ ସଭାରେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ, ଆୟୋଜକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ ହରପାଲ, ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁରେନ୍ଦ୍ର ବେହେରା, ହିମାଂଶୁ ଶେଖର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଛାତ୍ର ଛାତ୍ରୀ ମାନଙ୍କ ଭିତରେ ଥିବା ସୁପ୍ତ ପ୍ରତିଭାକୁ ବିକଶିତ କରିବା ପାଇଁ  ତଥା ତାଙ୍କୁ ଏକ ପ୍ରତିଭାକୁ ସର୍ବ ସମ୍ମୁଖରେ ଉପସ୍ଥାପନ କରିବା ପାଇଁ ଏହି ପ୍ରେରଣା ଉତ୍ସବ ସୁଯୋଗ ଦେଇଥାଏ ବୋଲି ମଞ୍ଚାସୀନ ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ ଉଦବୋଧନ ଦେଇଥିଲେ। ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୩୫ ଜଣ ଛାତ୍ର ଛାତ୍ରୀ ଯୋଗ ଦେଇ ପ୍ରତିଯୋଗୀ ଭାବରେ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ଏଥିରେ ଓଡ଼ିଆ ପ୍ରବନ୍ଧ, ଗଳ୍ପ ଲିଖନ, କବିତା ଲିଖନ, କାନ୍ଥ ସଙ୍ଗୀତ ଓ ଚିତ୍ରାଙ୍କନ ଆଦି ପାଞ୍ଚଟି ବିଷୟରେ ପ୍ରତିଯୋଗିତା ହୋଇଥିଲା।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories