www.samajalive.in
Saturday, December 6, 2025
26.1 C
Bhubaneswar

କେନ୍ଦୁଝର ଲୋକସଭା କ୍ଷେତ୍ର ବିଜେପିର ସମୀକ୍ଷା ବୈଠକ

କେନ୍ଦୁଝରଗଡ଼: କେନ୍ଦୁଝର ଲୋକସଭା କ୍ଷେତ୍ର ଅଧିନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀର ସମସ୍ତ ମଣ୍ଡଳର ପ୍ରମୁଖ ବିଜେପି କାର୍ଯ୍ୟକର୍ତ୍ତା ଏବଂ ସମସ୍ତ ବିଧାୟକ ପ୍ରାର୍ଥୀ ତଥା ବିଧାୟକ ଓ ସାଂସଦଙ୍କ ଉପସ୍ଥିତିରେ ମଙ୍ଗଳବାର ଜିଲା କାର୍ଯ୍ୟାଳୟ ଠାରେ ଗତ ନିର୍ବାଚନର ସମୀକ୍ଷା ବୈଠକ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଜେପି ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସାଂସଦ ଅନନ୍ତ ନାୟକ, ତେଲକୋଇ ବିଧାୟକ ଡ଼ାକ୍ତର ଫକୀର ମୋହନ ନାଏକ, ଚମ୍ପୁଆ ବିଧାୟକ ପ୍ରାର୍ଥୀ ମୁରଲୀ ମନୋହର ଶର୍ମା, ଆନନ୍ଦପୁର ବିଧାୟକ ପ୍ରାର୍ଥୀ ଆଲୋକ କୁମାର ସେଠୀ, ଘସିପୁରା ବିଧାୟକ ପ୍ରାର୍ଥୀ ଶମ୍ଭୁନାଥ ରାଉତ, କରଞ୍ଜିଆ ସାଙ୍ଗଠନିକ ଜିଲା ସଭାପତି କୃପାସିନ୍ଧୁ ମହାନ୍ତ, ସାଧାରଣ ସମ୍ପାଦକ ଆଶିଷ କୁମାର ମହାନ୍ତ, ରାଜ୍ୟ ପ୍ରବକ୍ତା ସତ୍ୟବ୍ରତ ପଣ୍ଡା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା କିରଣବାଳା ନାୟକ, କେନ୍ଦୁଝର ନଗରପାଳ ନିକୁ ସାହୁ, କେନ୍ଦୁଝର ଜିଲା ବିଜେପି ସାଧାରଣ ସମ୍ପାଦକ ଶୁକଦେବ ମହାନ୍ତ ଏବଂ ଅନୁବ୍ରତ ବେହେରା ପ୍ରମୁଖ ମଞ୍ଚାସୀନ ହୋଇ ଜିଲାରେ ବିଜେପିର ବିପୁଳ ବିଜୟ ପାଇଁ ଦଳୀୟ କାର୍ଯ୍ୟକର୍ତ୍ତା ଓ କର୍ମୀ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ। କେନ୍ଦ୍ରର ମୋଦି ସରକାର ଓ ରାଜ୍ୟର ମୋହନ ସରକାରଙ୍କ ନେତୃତ୍ୱରେ ଓଡିଶାକୁ ପ୍ରଗତିର ଶୀର୍ଷସ୍ତାନରେ କିଭଳି ପହଞ୍ଚା ଯାଇପାରିବ ସେ ନେଇ ପ୍ରତ୍ୟେକ ଦଳୀୟ ନେତା ଓ କର୍ମୀ ଗୁଣ୍ଡୁଚିମୂଷାର ଭୂମିକା ନିର୍ବାହ କରିବାକୁ ସାଂସଦ ଶ୍ରୀ ନାୟକ ତାଙ୍କ ଅଭିଭାଷଣରେ ନିବେଦନ କରିଥିଲେ। ଜିଲା ସାଧାରଣ ସମ୍ପାଦକ ଅନୁବ୍ରତ ବେହେରା ମଞ୍ଚ ସଂଯୋଜନା କରିଥିବା ବେଳେ ପ୍ରତି ବିଧାନସଭା ନିର୍ବାଚନମଣ୍ଡଳୀରେ ସର୍ବାଧିକ ଭୋଟ ମିଳିଥିବା ମଣ୍ଡଳ ସଭାପତିଙ୍କୁ ସାଂସଦ ଶ୍ରୀ ନାୟକ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories