www.samajalive.in
Monday, December 8, 2025
24.1 C
Bhubaneswar

ବନ ମହୋତ୍ସବ ପାଳିତ

ଚୌଦ୍ୱାର: ମହିଷାଲଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦାଳୟରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁବାସ ଚନ୍ଦ୍ର ସାହୁଙ୍କ ପୌରୋହିତ୍ୟରେ ବନ ମହୋତ୍ସବ ପାଳିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଡ. ସଚ୍ଚିଦାନନ୍ଦ ପ୍ରଧାନ, ସ୍ଥାନୀୟ ସରପଞ୍ଚ କଲ୍ୟାଣୀ ରାଉତ, ଦେବୀ ପ୍ରସାଦ ସ୍ୱାଇଁ, ଓଡ଼ିଶା ଆଦିବାସୀ ଫାଉଣ୍ଡେସନ୍ ସଭାପତି ଗମନ କଳା, ବିଦ୍ୟାଧର ରାଉତ ପ୍ରମୁଖ ଅତିଥି ଭାବେ ଯୋଗଦେଇ ପରିବେଶର ସୁରକ୍ଷା, ଜଙ୍ଗଲୀ ଜୀବଜଜନ୍ତୁଙ୍କ ସୁରକ୍ଷା ଓ ସନ୍ତୁଳନ ରକ୍ଷା ପାଇଁ ବ୍ୟାପକ ବୃକ୍ଷ ରୋପଣ ଓ ବନୀକରଣ ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ। ନୀଳମାଧବ ସବର ସମାଜର ବ୍ଲକ ସଭାପତି କୁଳମଣୀ ଦେହୁରୀଙ୍କ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏବଂ ଅତିଥି ମାନେ ବିଦ୍ୟାଳୟ ପରିସର ଓ ଏହା ଆଖପାଖ ଅଞ୍ଚଳରେ ବ୍ୟାପକ ଚାରାବୃକ୍ଷ ରୋପଣ କରିଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories