www.samajalive.in
Sunday, December 14, 2025
26.1 C
Bhubaneswar

ଆଖଣ୍ଡଳମଣିଙ୍କୁ ଜଳଲାଗି କଲେ ୨୦ହଜାରରୁ ଉର୍ଦ୍ଧ୍ୱ କାଉଡିଆ

ଆରଡି: ପବିତ୍ର ଶ୍ରାବଣ ମାସ ପ୍ରଥମ ସୋମବାରରେ ଆରଡି ପୀଠ ବାବା ଆଖଣ୍ଡଳମଣିଙ୍କୁ ଜଳଲାଗି କରିବା ପାଇଁ ପୀଠରେ ୨୦ ହଜାରରୁ ଅଧିକ କାଉଡିଆଙ୍କ ଭିଡ ଲାଗିଥିଲା। ରବିବାର ରାତିରୁ ସୋମବାର ଅପରାହ୍ଣ ୫ଟା ଯାଏଁ କାଉଡିଆ ଭକ୍ତ ଜଳଲାଗି କରିଥିଲେ। କାଉଡିଆ ଭକ୍ତଙ୍କ ବୋଲ ବମ, ହରହର ବମ ଧ୍ୱନିରେ ସମଗ୍ର ପୀଠ ପ୍ରକମ୍ଫିତ ହୋଇ ଉଠିଥିଲା। ତାହାସହ କାଉଡିଆ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ପୀଠରେ କଡା ସୁରକ୍ଷା ବ୍ୟବସ୍ଥା ସହ ସ୍ଥଳପଥ ଓ ଜଳପଥରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସେହିପରି ଜଳପଥରେ ଆସୁଥିବା କାଉଡିଆଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ୩ଟି ନଦୀଘାଟର ଉଭୟ ପାର୍ଶ୍ବରେ ଓଡ୍ରାଫ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ କରାଯାଇଛି। ମଣିବାବାଙ୍କର ଦୈନନ୍ଦିନ ନୀତିକାନ୍ତି ଅନୁଯାୟୀ ଭୋର ୪ଟାରେ ମନ୍ଦିର ଦ୍ବାରଫିଟା ନୀତି ସରିବା ପରେ ମଙ୍ଗଳ ଆଳତୀ, ଘର୍ଷଣଲାଗି, ଜଳାଭିଷେକ ନୀତି ସମ୍ପନ୍ନ କରାଯାଇ ଦିଗମ୍ବର ବେଶରେ ପହିଲି ଭୋଗ ଲାଗି କରାଯାଇଥିଲା। ପରେ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ସାହଣମେଲା କରାଯାଇଥିଲା।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories