ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ ପିଠା ପୋଟଳ କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଢେମସା ଠାରେ ଚଳିତ ଶିକ୍ଷା ବର୍ଷର ଦ୍ଵିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସିଆରସିସି କିଚକ ସୁନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କ୍ଲଷ୍ଟରର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଦାୟିତ୍ବରେ ଥୁବା ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ଶ୍ରେଣୀ ଶିକ୍ଷାଦାନ ପଦ୍ଧତିରେ ପରିବର୍ତ୍ତନ ଆଣି ପିଲାଙ୍କର ପାଠ ପ୍ରତି ଆଗ୍ରହ ସୃଷ୍ଟି କରିବା ଏହି ବୈଠକର ଉଦ୍ଦେଶ୍ୟ।
Popular Categories



