www.samajalive.in
Saturday, December 6, 2025
26.1 C
Bhubaneswar

ଶିକ୍ଷା ଶପଥ ସପ୍ତାହ ପାଳିତ

ଭବାନୀପାଟଣା: ଶିକ୍ଷା ସପ୍ତାହ ପାଳନର ପଞ୍ଚମ ଦିନରେ ସ୍ଥାନୀୟ ମାଣିକେଶ୍ବରୀ ହାଇସ୍କୁଲରେ ଦକ୍ଷତା ଓ ଡିଜିଟାଲ ପ୍ରୋତ୍ସାହନ ଦିବସ ପାଳନ କରାଯାଇଥିଲା। ଏଠାରେ ସମସ୍ତ ଛାତ୍ରଛାତ୍ରୀ ଶିଳ୍ପ ପରିଭ୍ରମଣ ସହ ଉତ୍ସାହିତ ହେଇ ଭବିଷ୍ୟତରେ କିପରି ନିଜ ଅନୁଭୂତିକୁ କାର୍ଯ୍ୟରେ ପରିଣତ କରିବେ ସେ ସମ୍ବନ୍ଧରେ ବକ୍ତାମାନେ ମତ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ମାଣିକେଶ୍ବରୀ ହାଇସ୍କୁଲର ପ୍ରଧାନଶିକ୍ଷକ ରବି ପ୍ରସାଦ କାନୁନଗୋ, ରିଟେଲ ଟ୍ରେଡ୍ ପ୍ରଶିକ୍ଷକ ଉଦିତ୍ ପ୍ରତାପ ସିଂହ ଏବଂ ଧନ୍ଦାମୂଳକ ଶିକ୍ଷା ସଂଯୋଜକ ଆଶୁତୋଷ ପ୍ରସାଦ ଗଉଡ଼ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ୬୦ ଜଣ ଛାତ୍ରଛାତ୍ରୀ ଖୁଚୁରା ବ୍ୟବସାୟ ସଂକ୍ରାନ୍ତରେ ଜ୍ଞାନ ଆହରଣ କରିଥିଲେ।

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://samajalive.in

- Advertisement -

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: https://chat.whatsapp.com/8tkc88wC0L7089V56S8SyG

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://whatsapp.com/channel/0029VaKt8Sq0gcfMSlTf6B43

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories