ମାତୃପୁରୀରେ ସ୍ମୃତିରେ କଲାମ କାର୍ଯ୍ୟକ୍ରମ

ରେଙ୍ଗାଲିକ୍ୟାମ୍ପ: ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ବିଶିଷ୍ଟ ବୈଜ୍ଞାନିକ ଭାରତରତ୍ନ ଏ.ପି. ଜେ.ଅବଦୁଲ କଲାମଙ୍କ ଦଶମ ପୁଣ୍ୟତିଥିରେ ଲାଦରପାଲି ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ମାତୃପୁରୀରେ ସ୍ମୃତିରେ କଲାମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଏକ ବିଜ୍ଞାନ ପ୍ରଦର୍ଶନୀ ଓ ମନୋଜ୍ଞ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ସଂଯୋଜକ ବବ୍ରୁ ବାହାନ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଲରମ୍ଭା ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରମୋଦ କୁମାର ଭୋଇ, ସମ୍ମାନିତ ଅତିଥି ଭାବେ ଅତାବିରା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରା, ବିଶିଷ୍ଟ ପଦାର୍ଥ ବିଜ୍ଞାନୀ ପ୍ରଦୀପ ପ୍ରଧାନ, ସମ୍ବଲପୁର କେନ୍ଦ୍ରୀୟ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଉମେଶ ଚନ୍ଦ୍ର ଦାଶ, ଝାରସୁଗୁଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଆଶିଷ କୁମାର ପ୍ରଧାନ, ସଭାପତି ଶେଷଦେବ ନାଏକ, ଅଧ୍ୟକ୍ଷ ଟିକେଲାଲ୍ ଚାନ୍ଦ ପ୍ରମୁଖ ଯୋଗ ଦେଇଥିଲେ।

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://samajalive.in

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: https://chat.whatsapp.com/8tkc88wC0L7089V56S8SyG

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://whatsapp.com/channel/0029VaKt8Sq0gcfMSlTf6B43

Comments are closed.