www.samajalive.in
Friday, December 5, 2025
27.1 C
Bhubaneswar

ଲଗାଣ ବର୍ଷାରେ ଭୁସୁଡ଼ିଲା ମାଟି ଘର କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାର

ଲାଞ୍ଜିଗଡ: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇ ପଡିଥିବା ବେଳେ ଲଗାଣ ବର୍ଷାରେ ମାଟିଘର କାନ୍ଥ ପଡ଼ିଯିବାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଗୋଟେ ପରିବାରର ଛଅ ସଦସ୍ୟ। ଖବର ଅନୁଯାୟୀ, ଲାଞ୍ଜିଗଡ଼ ବ୍ଲକ ବେନଗାଁ ପଞ୍ଚାୟତ ପଦ୍ମଥୋପା ଗାଁର ସପୁର୍ଧନ ହରିଜନଙ୍କ ମାଟିଘର ଭାଙ୍ଗି କାନ୍ଥ ପଡିଯିବାରୁ ଘରେ ଶୋଇଥିବା ତାଙ୍କ ପରିବାରର ଛଅ ସଦସ୍ୟ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଘର କାନ୍ଥ ଭୁଷୁଡ଼ିଯିବା ପରେ ଏବେ ସପୁର୍ଧନଙ୍କ ପରିବାର ଏକ ପ୍ରକାର ବେଘର ହୋଇ ପଡିଛନ୍ତି। ତାଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିବା ବେଳେ ତାଙ୍କୁ ତୁରନ୍ତ ସରକାରୀ ସହାୟତା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ଯୋଗାଇଦେବାକୁ ଦାବି ହେଉଛି। ଏନେଇ ବିଜେପୁର ରାଜସ୍ବ ନିରୀକ୍ଷକ ଥବିର ଭୋଇଙ୍କୁ ପଚାରିବାରୁ ଖବର ପାଇଛି କ୍ଷୟକ୍ଷତି ଆକଳନ କରି ଉପରିସ୍ଥ ଅଧିକାରୀଙ୍କୁ ଜଣାଇବି।

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://samajalive.in

- Advertisement -

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: https://chat.whatsapp.com/8tkc88wC0L7089V56S8SyG

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://whatsapp.com/channel/0029VaKt8Sq0gcfMSlTf6B43

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories