www.samajalive.in
Saturday, December 6, 2025
26.1 C
Bhubaneswar

ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ମାଲକାନଗିରି: ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସଚିନ ପାୱାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୂର୍ଯ୍ୟଧନ ଭୋଇ, ଏଡିଏମଓ ଡ଼ା ଧନେଶ୍ଵର ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ପୌର ପରିଷଦ ନିର୍ବାହୀ ଅଧିକାରୀ, ରାଜେନ୍ଦ୍ର ଖରା ଓ ତହସିଲଦାର, ଲଳିତ ବାଘ, ସମସ୍ତ ବିଭାଗୀୟ ଅଧିକାରୀ, ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଅଧ୍ୟାପକ ଏବଂ ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ନିଷ୍ପତି ଅନୁଯାୟୀ ଚଳିତ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ସ୍ଥାନୀୟ ଡିଏନକେ ଖେଳ ପଡ଼ିଆ ଠାରେ ଅନୁଷ୍ଠିତ ହେବ। ଏହି ଦିବସ ଉପଲକ୍ଷେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଦ୍ଵାରା ମାଲକାନଗିରି ସଦର ମହକୁମାରେ ଡାକବାଜି ଯନ୍ତ୍ର ମାଧ୍ୟମରେ ରାମଧୁନ ପରିବେଷଣ କରାଯିବ। ସେହିପରି ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ଆଦିରେ ଅନୁଷ୍ଠାନର ମୁଖ୍ୟଙ୍କ ଦ୍ଵାରା ସକାଳ ୭:୩୦ ସମୟରେ ଜାତୀୟ ପତାକା ଉତ୍ତୋଳନ କରାଯିବ, ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବ ଏବଂ ସକାଳ ୯:୧୫ ସମୟରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ କରାଯିବ ଓ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ପ୍ୟାରେଡ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories