www.samajalive.in
Monday, December 8, 2025
27.1 C
Bhubaneswar

ପାଟଣା ବିଜେପି ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା 

ପାଟଣା: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ଦେଶବ୍ୟାପି ସ୍ଵାଧୀନତା ଦିବସ ପାଳନକୁ ଲକ୍ଷ୍ୟ କରି ଲୋକମାନଙ୍କ ମନରେ ଦେଶପ୍ରେମ ଭକ୍ତି ଭରି ରହିବା ଉଦ୍ଦେଶ୍ୟ ନେଇ ବିଜେପି ସରକାରଙ୍କ ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ତ୍ରିରଙ୍ଗା ଯାତ୍ରା ବଳବତ୍ତର ରହିଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲ୍ଲାର ପାଟଣା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକଙ୍କ ଦ୍ବାରା ପଞ୍ଚମ ଦିନରେ ଉଖୁଣ୍ଡା ଠାରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ଆଜି ଖିରେଇଟାଙ୍ଗିରୀ, କେନ୍ଦେଇପଶି ଓ ପାଟଣା ମଣ୍ଡଳର ବିଜେପି ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏନେଇ ଆଜି ସକାଳୁ  ତୁରୁମୁଙ୍ଗା ବଜାର ନିକଟରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ବାହାରି ରାଜନଗର ପଞ୍ଚାୟତ ସମେତ, ମୁରୁସୁଆଁ ,କେନ୍ଦେଇପଶି, ଟାଙ୍ଗରପଡା, ପାଟଣା ବଜାର, ସରାସକେଲା ପଞ୍ଚାୟତ ପରିକ୍ରମା କରିଥିଲେ। ଏହି କାର୍ଯ୍ୟକ୍ରମରେ ପାଟଣା ମଣ୍ଡଳ ସଭାପତି ରମେଶ ଚନ୍ଦ୍ର ମହାନ୍ତ, ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ, ଝୁଲୁ ପୁଷ୍ଟି, ପଞ୍ଚାୟତ ପ୍ରମୁଖ ଗୌରାଙ୍ଗ ଗାରଡିଆ, ଲିଙ୍ଗରାଜ ସିଂଙ୍କ ସମେତ ଶତାଧିକ ବିଜେପି କର୍ମୀ ଓ ଯୁବକ ଏହି ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ୍ ଥିଲେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories