www.samajalive.in
Sunday, December 7, 2025
26.1 C
Bhubaneswar

ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ କମିଟିରେ କେନ୍ଦୁଝର ସାଂସଦ ଅନନ୍ତ ନାୟକ

ପାଟଣା: କେନ୍ଦୁଝର ସାଂସଦ ଅନନ୍ତ ନାୟକଙ୍କୁ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମ୍ପର୍କିତ ସଂସଦୀୟ କମିଟିରେ ସଦସ୍ୟ କରାଯାଇଛି। ଲୋକସଭା ବାଚସ୍ପତି ଓମ ବିର୍ଲା ୨୦୨୪-୨୫ ବର୍ଷ ପାଇଁ ଗଠିତ କରିଥିବା ଏହି କମିଟିରେ ଶ୍ରୀ ନାୟକଙ୍କୁ ସାମିଲ କରିଛନ୍ତି। ଶ୍ରୀ ନାୟକ ଓଡିଶାର ଏକ ମାତ୍ର ସାଂସଦ ଭାବେ ଏହି ସଂସଦୀୟ କମିଟିରେ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଲୋକସଭା ସଚିବାଳୟ ପକ୍ଷରୁ ଏ ସମ୍ପର୍କରେ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଫଗନ ସିଂହ କୁଲସ୍ତେଙ୍କୁ ଏହି କମିଟିର ଅଧ୍ୟକ୍ଷ ଭାବେ ଘୋଷିତ କରାଯାଇଥିବା ବେଳେ ଏହି କମିଟିରେ ଉଭୟ ଲୋକସଭା ଓ ରାଜ୍ୟସଭାର ମୋଟ ୩୦ ଜଣ ସଦସ୍ୟ ଅଛନ୍ତି। ଏହି ସଂସଦୀୟ କମିଟିରେ ସଦସ୍ୟ ଭାବେ ମନୋନୀତ କରିଥିବାରୁ କେନ୍ଦୁଝର ସାଂସଦ ଅନନ୍ତ ନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଲୋକସଭାର ବାଚସ୍ପତି ଓମ ବିର୍ଲାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories